କ୍ଷମା ମାଗିଲେ ମଡେଲ

ଓ୍ବାଶିଂଟନ୍‌,୨।୧୨: ଭାରତୀୟ-ଆମେରିକୀୟ ମଡେଲ ତଥା ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଅପର୍ଣ୍ଣା ସିଂ ବାରାଣସୀକୁ ସବୁଠାରୁ ଭୟଙ୍କର ସହର କହି ବିବାଦୀୟ ମନ୍ତବ୍ୟ ଦେବା ପରେ ଏବେ କ୍ଷମା ମାଗିଛନ୍ତି। ଅପର୍ଣ୍ଣା ଟିକ୍‌ଟକ୍‌ରେ ବାରଣସୀର ଏକ ଭିଡିଓ ଶେୟାର କରିବା ସହ କ୍ୟାପ୍‌ସନ୍‌ରେ ଲେଖିଥିଲେ, ସେ ବୁଲିଥିବା ସବୁଠାରୁ ଭୟଙ୍କର ସିଟି। ଉତ୍ତର ପ୍ରଦେଶର ବାରଣସୀକୁ ଭାରତର ପବିତ୍ର ସହର ବୋଲି ବିଶ୍ୱାସ ରହିଛି। ବାରାଣସୀକୁ ନେଇ ହିନ୍ଦୁଙ୍କର ବହୁ ଧର୍ମୀୟ ଭାବନା ରହିଛି। ନିକଟରେ ନଜ ବ୍ରାଣ୍ଡର ଜୁଏଲେରି ତିଆରି କରୁଥିବା ଡିଜାଇନରଙ୍କୁ ଭେଟିବା ପାଇଁ ଅପର୍ଣ୍ଣା ବାରାଣସୀ ଆସିଥିଲେ। ଗଙ୍ଗା ନଦୀରେ ଲୋକଙ୍କ ସ୍ନାନଠାରୁ ଆରମ୍ଭ କରି ସହରକୁ ସେ ଅପରିଷ୍କାର ବୋଲି ପରୋକ୍ଷଭାବେ କହିଥିଲେ। ଟିକ୍‌ଟକ୍‌ରେ ଅପର୍ଣ୍ଣାଙ୍କ ଏହି ଭିଡିଓ ଭାଇରାଲ ହେବା ପରେ ୟୁଜର୍ସ ତାଙ୍କୁ ସମାଲୋଚନା କରିଥିଲେ। ଏହାପରେ ଆଉ ଏକ ଭିଡିଓ ଜରିଆରେ ସେ କ୍ଷମାମାଗିଥିବା ଖବର ପ୍ରକାଶ ପାଇଛି। ଭାରତର ଅନେକ ସହର ବୁଲି ସେ ନିଜର ଅଭିଜ୍ଞତା ଶେୟାର କରିଥିବାବେଳେ ବାରାଣସୀ ସମ୍ପର୍କରେ ସେ ଉଦ୍ଦେଶ୍ୟମୂଳକ ଭାବେ କୌଣସି ମନ୍ତବ୍ୟ ଦେଇନାହାନ୍ତି। ଯଦି ଏହା ଲୋକଙ୍କ ମନରେ ଆଘାତ ଦେଇଛି ତା’ ପାଇଁ ସେ ଦୁଃଖିତ ବୋଲ ଭିଡିଓରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri