ଆଜିଠୁ ଖୋଲିବ ଆଦର୍ଶ ବିଦ୍ୟାଳୟ, ଯିବାକୁ ରାସ୍ତା ନାହିଁ

ବିଞ୍ଝାରପୁର,୧୫ା୧୧(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଉତ୍ତରକୁଳ ପଞ୍ଚାୟତ ଆଦର୍ଶ ବିଦ୍ୟାଳୟକୁ ରାସ୍ତା ନିର୍ମାଣ ହୋଇନି। ଫଳରେ ରବିବାର ଅଭିଭାବକ-ଶିକ୍ଷକଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକରେ ଅଭିଭାବକ କ୍ଷୋଭ ପ୍ରକାଶ କରିଛନ୍ତି। ପୂର୍ବରୁ ବିଦ୍ୟାଳୟ ଦାୟିତ୍ୱରେ ଥିବା ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ମଲ୍ଲିକ ଅଭିଭାବକଙ୍କୁ ବୁଝାଶୁଝା କରିବାସହ ବିଦ୍ୟାଳୟଠାରୁ ମୁଖ୍ୟ ରାସ୍ତାକୁ ସରକାରୀ ଜମି ଲାଗିଛି। ଉକ୍ତ ଜମିରେ ସ୍ଥାୟୀ ରାସ୍ତା ହେବ ବୋଲି କହିଥିଲେ। ତେବେ ସୋମବାର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ପାଖକୁ ଯାଇ କିଭଳି ଶୀଘ୍ର ରାସ୍ତା ହେବ ସେନେଇ ଆଲୋଚନା କରିଛନ୍ତି। ସେ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବାସହ ବିଧାୟିକାଙ୍କ ପାଖକୁ ଯିବାକୁ ୯ ଅଭିଭାବକଙ୍କୁ ମନୋନୀତ କରିଛନ୍ତି।
ସୋମବାର ରାଜ୍ୟର ସମସ୍ତ ବିଦ୍ୟାଳୟର ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବ। ଏନେଇ ସରକାର ଘୋଷଣା କରିଥିବା ବେଳେ ଉତ୍ତରକୁଳ ଆଦର୍ଶ ବିଦ୍ୟାଳୟରେ ପାଠପଢ଼ାକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ୨ବର୍ଷ ପୂର୍ବେ ବିଦ୍ୟାଳୟ ନିର୍ମାଣ ସରିଥିବା ବେଳେ ଏପର୍ଯ୍ୟନ୍ତ ବିଦ୍ୟାଳୟକୁ ଯିବାପାଇଁ ରାସ୍ତା ହୋଇନି। ବିଦ୍ୟାଳୟ ଯିବାକୁ ହେଲେ ଗୋଟିଏ ପଟେ ଆଣ୍ଠୁଏ ପାଣି, ଅନ୍ୟପଟରେ ଗଲେ ଜଣେ ଲୋକଙ୍କ ପାଚେରି ଟପି ଯିବାକୁ ପଡୁଛି। ଆଉଏକ ସରକାରୀ ଜମି ବିଦ୍ୟାଳୟକୁ ଲାଗିଥିବା ବେଳେ ସେ ରାସ୍ତାରେ ପାଣି କାଦୁଅ ଓ ଘାସ ବଣ ରହିଛି। ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେହିପରି ବିଦ୍ୟାଳୟକୁ ବିଦ୍ୟୁତ୍‌ ସଂଯୋଗ ଓ ପାନୀୟଜଳର ବ୍ୟବସ୍ଥା କରାଯାଇ ନାହିଁ। ଏଠାରେ ଷଷ୍ଠ ଶ୍ରେଣୀରେ ୬୯ ଓ ସପ୍ତମ ଶ୍ରେଣୀରେ ୫୯ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଅଧ୍ୟକ୍ଷଙ୍କୁ ମିସାଇ ମୋଟ ୪ ଶିକ୍ଷକ ନିଯୁକ୍ତି ହୋଇଛନ୍ତି, ଯାହାକି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଯଥେଷ୍ଟ ହେବନି ବୋଲି ବିଦ୍ୟାଳୟ ତରଫରୁ ଡକାଯାଇଥିବା ଅଭିଭାବକ-ଶିକ୍ଷକ ବୈଠକରେ ଅଭିଭାବକ କହିଛନ୍ତି। ଏପରି କି ରାସ୍ତା ନ ହେଲା ପର୍ଯ୍ୟନ୍ତ କେତେଜଣ ଅଭିଭାବକ ତାଙ୍କ ପିଲାଙ୍କୁ ବିଦ୍ୟାଳୟକୁ ଛାଡ଼ିବେ ନାହିଁ ବୋଲି ପ୍ରକାଶ କରିଛନ୍ତି। ଏହାକୁ ନେଇ ଆଲୋଚନା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri