ମୋଦି ସରକାର ଅସହିଷ୍ଣୁ: କଂଗ୍ରେସ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତ ବର୍ଷର ସର୍ବଶ୍ରେଷ୍ଠ ପୁରସ୍କାର ରାଜୀବ ଗାନ୍ଧୀ ଖେଳରନତ୍ ପୁରସ୍କାରରୁ ରାଜୀବ ଗାନ୍ଧୀଙ୍କ ନାମ କାଟିବା ନେଇ ରାଜ୍ୟ କଂଗ୍ରେସ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ମୋଦି ସରକାରର ଅସହିଷ୍ଣୁତା ବୋଲି କଂଗ୍ରେସ କହିଛି। ଭାରତ ବର୍ଷରେ ନୂଆ କିଛି କରିବାର ଦକ୍ଷତା ରଖି ନ ଥିବା ଭାଜପା ସରକାର କଂଗ୍ରେସ କରିଥିବା ସମସ୍ତ ଯୋଜନାର ନାମ ପରିବର୍ତ୍ତନ କରିବାରେ ବ୍ୟସ୍ତ । ଖେଳ ପୁରସ୍କାରରୁ ରାଜୀବ ଗାନ୍ଧୀଙ୍କ ନାମ ହଟେଇ ଦେଲେ ମଧ୍ୟ ଭାରତବର୍ଷରୁ ରାଜୀବ ଗାନ୍ଧୀଙ୍କ ବିଚାରଧାରାକୁ ପରିବର୍ତ୍ତନ କରିପାରିବେ ନାହିଁ। ରାଜୀବ ହେଉଛନ୍ତି ଆଧୁନିକ ଭାରତ ବର୍ଷର ନିର୍ମାତା ଏବଂ ବର୍ତ୍ତମାନ ଯୁବ ଶକ୍ତିର ଆଦର୍ଶ। ଏହି ଅବସରରେ କଂଗ୍ରେସ ଭବନରେ ପିସିସି ମିଡିଆ ସେଲ ପକ୍ଷରୁ ଏକ ଜରୁରୀ ବୈଠକରେ ମୋଦି ସରକାରଙ୍କୁ ଦୃଢ଼ ନିନ୍ଦା କରାଯାଇଛି। ପିସିସି ମିଡିଆ ସେଲର ଅଧ୍ୟକ୍ଷ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆବାହକ ସତ୍ୟପ୍ରକାଶ ନାୟକ, ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ ଅଭିଷେକ ମହାନନ୍ଦ, ବିଧାୟକ ତଥା ମୁଖପାତ୍ର ଅଧିରାଜ ମୋହନ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ସାହୁ, ଦେବାଶିଷ ପଟ୍ଟନାୟକ, ମନୋରଞ୍ଜନ ଦାଶ, ନିଶିକାନ୍ତ ମିଶ୍ର, ରଜନୀ କୁମାର ମହାନ୍ତି, ଅମୀୟ ପାଣ୍ଡବ, ପ୍ରଶାନ୍ତ ଶତପଥି, ମନୋଜ ମହାପାତ୍ର, ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ରଙ୍କ ସମେତ ସାମାଜିକ ଗଣମାଧ୍ୟମର ରାଜ୍ୟ ସାଧାରଣ ସମ୍ପାଦକ ଚନ୍ଦନ ରାୟ, ସୁବାଷ ଚନ୍ଦ୍ର ନାୟକ, ବିନୋଦ ବିହାରୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri