ମୋଦି ସରକାର ଅସହିଷ୍ଣୁ: କଂଗ୍ରେସ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତ ବର୍ଷର ସର୍ବଶ୍ରେଷ୍ଠ ପୁରସ୍କାର ରାଜୀବ ଗାନ୍ଧୀ ଖେଳରନତ୍ ପୁରସ୍କାରରୁ ରାଜୀବ ଗାନ୍ଧୀଙ୍କ ନାମ କାଟିବା ନେଇ ରାଜ୍ୟ କଂଗ୍ରେସ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ମୋଦି ସରକାରର ଅସହିଷ୍ଣୁତା ବୋଲି କଂଗ୍ରେସ କହିଛି। ଭାରତ ବର୍ଷରେ ନୂଆ କିଛି କରିବାର ଦକ୍ଷତା ରଖି ନ ଥିବା ଭାଜପା ସରକାର କଂଗ୍ରେସ କରିଥିବା ସମସ୍ତ ଯୋଜନାର ନାମ ପରିବର୍ତ୍ତନ କରିବାରେ ବ୍ୟସ୍ତ । ଖେଳ ପୁରସ୍କାରରୁ ରାଜୀବ ଗାନ୍ଧୀଙ୍କ ନାମ ହଟେଇ ଦେଲେ ମଧ୍ୟ ଭାରତବର୍ଷରୁ ରାଜୀବ ଗାନ୍ଧୀଙ୍କ ବିଚାରଧାରାକୁ ପରିବର୍ତ୍ତନ କରିପାରିବେ ନାହିଁ। ରାଜୀବ ହେଉଛନ୍ତି ଆଧୁନିକ ଭାରତ ବର୍ଷର ନିର୍ମାତା ଏବଂ ବର୍ତ୍ତମାନ ଯୁବ ଶକ୍ତିର ଆଦର୍ଶ। ଏହି ଅବସରରେ କଂଗ୍ରେସ ଭବନରେ ପିସିସି ମିଡିଆ ସେଲ ପକ୍ଷରୁ ଏକ ଜରୁରୀ ବୈଠକରେ ମୋଦି ସରକାରଙ୍କୁ ଦୃଢ଼ ନିନ୍ଦା କରାଯାଇଛି। ପିସିସି ମିଡିଆ ସେଲର ଅଧ୍ୟକ୍ଷ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆବାହକ ସତ୍ୟପ୍ରକାଶ ନାୟକ, ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ ଅଭିଷେକ ମହାନନ୍ଦ, ବିଧାୟକ ତଥା ମୁଖପାତ୍ର ଅଧିରାଜ ମୋହନ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ସାହୁ, ଦେବାଶିଷ ପଟ୍ଟନାୟକ, ମନୋରଞ୍ଜନ ଦାଶ, ନିଶିକାନ୍ତ ମିଶ୍ର, ରଜନୀ କୁମାର ମହାନ୍ତି, ଅମୀୟ ପାଣ୍ଡବ, ପ୍ରଶାନ୍ତ ଶତପଥି, ମନୋଜ ମହାପାତ୍ର, ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ରଙ୍କ ସମେତ ସାମାଜିକ ଗଣମାଧ୍ୟମର ରାଜ୍ୟ ସାଧାରଣ ସମ୍ପାଦକ ଚନ୍ଦନ ରାୟ, ସୁବାଷ ଚନ୍ଦ୍ର ନାୟକ, ବିନୋଦ ବିହାରୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri