ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ। ରାଜ୍ୟ ପ୍ରତି ବିଜୁ ପଟ୍ଟନାୟକଙ୍କ ଅନେକ ଅବଦାନ ରହିଛି। ମୋ ସରକାର ବରପୁତ୍ରଙ୍କୁ ସମ୍ମାନ ଦିଏ ବୋଲି ରବିବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଶନିବାର କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ଏଣିକି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ନାମରେ ନାମିତ ହେବ ବୋଲି କୁହାଯାଇଥିଲା। ଏଥି ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ମଧ୍ୟ ଜାରି କରାଯାଇଥିଲା।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାର ତାଙ୍କ ପିତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଥିଲେ। ପ୍ରତିବର୍ଷ ଅଗଷ୍ଟ ୨୯ ଜାତୀୟ କ୍ରୀଡ଼ା ଦିବସରେ ଏହି ପୁରସ୍କାର ପ୍ରଦାନ କରାଯାଏ। ମୋଟ ୫ଟି ବର୍ଗରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL Record: ପରାଜୟ ପରେ ବି ଇତିହାସ ରଚିଲା RCB, ଭାଙ୍ଗିଲା CSKର ବଡ଼ ରେକର୍ଡ

ନୂଆଦିଲ୍ଲୀ,୮।୫: ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ହାତରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯ ରନରେ ପରାଜୟ ବରଣ କରିଥିଲା। ଏହି ବର୍ଷା ପ୍ରଭାବିତ…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ତେଜିଲା ଦାବି: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ

କର୍ଲାମୁଣ୍ଡା,୮/୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହହାଲ ପଞ୍ଚାୟତ ଠାରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି।…

ଏଇ ଭାରତରେ

ମହିଳା ସଶକ୍ତୀକରଣର ପ୍ରତୀକ ସାଜିଛନ୍ତି ବେଙ୍ଗାଲୁରୁର ଜାନ୍ସି ବି.ଭି.। ସେ ଏକାବେଳକେ ଜଣେ ମା’, ଅଟୋଚାଳକ ଓ ପ୍ରଶିକ୍ଷକ ଭୂମିକା ନିର୍ବାହ କରୁଛନ୍ତି। ଜାନ୍ସିଙ୍କୁ ବୟସ ଏବେ…

ଥାଲପତି ବିଜୟଙ୍କୁ DMK ଦେବ ବାହ୍ୟ ସମର୍ଥନ? ଷ୍ଟାଲିନଙ୍କ ‘ଚାଣକ୍ୟ’ ଚାଲ, କଂଗ୍ରେସ-ଭାଜପା ବେଦମ!

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ବର୍ତ୍ତମାନ ଏକ ଆକର୍ଷଣୀୟ ମୋଡ଼ରେ ଠିଆ ହୋଇଛି। ବିଧାନସଭା ନିର୍ବାଚନ ପରେ ଯେଉଁଥିରେ କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରି…

ମାଙ୍କେ ଆନ୍ନା କମେଡି ଦେଖିବାକୁ ଅସମ୍ଭାଳ ଭିଡ: ସୁରକ୍ଷା ବ୍ୟବସ୍ଥା…

ଭଞ୍ଜନଗର,୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୧୩ ଦିନରେ ପହଞ୍ଚିଛି। ଆସନ୍ତା ୨୦ ତାରିଖରେ ବାହୁଡ଼ା ଯାତ୍ରା ପରେ ଯାତ୍ରା ଉଦଯାପିତ ହେବ। ତେଣୁ…

ଗୋଟିଏ କିଲୋର କାମ ଅନେକ

ଯକୃତ ବା ଲିଭର ଶରୀରର ସବୁଠାରୁ ବଡ଼ ଗ୍ରନ୍ଥି। ଏହା ପାଚନରେ ସହାୟକ ଏକାଧିକ ପ୍ରକାରର ରସ ସୃଷ୍ଟିକରେ ଏବଂ ଶରୀରକୁ ବିଷମୁକ୍ତ ବା ଡିଟକ୍ସିଫିକେଶନ୍‌ କରିଥାଏ।…

ଗାନ୍ଧୀ ଆଦର୍ଶର ହତ୍ୟାକାରୀ

ମଣିଷ ଇତିହାସ ସୃଷ୍ଟି କରିଥାଏ ଓ ଇତିହାସ ମଧ୍ୟ ଅନେକ ସମୟରେ ନିଷ୍ଠୁର ସତ୍ୟକୁ ପ୍ରତିପାଦନ କରିବାକୁ ଯାଇ ମଣିଷକୁ କ୍ଷମା କରି ନ ଥାଏ। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri