ଜୁଲାଇରେ ପୂର୍ଣ୍ଣାଙ୍ଗ ନୁହେଁ କାମଚଳା ବଜେଟ ଆଣିବେ ମୋହନ ସରକାର

ଭୁବନେଶ୍ୱର,୨୧।୬: ରାଜ୍ୟରେ କ୍ଷମତାସୀନ ଭାଜପା ସରକାର ଆସନ୍ତା ଜୁଲାଇ ମାସରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ(ଲେଖାନୁଦାନ) ବିଧାନସଭାରେ ଉପସ୍ଥାପନ କରିବେ । ପ୍ରଥମଥର ପାଇଁ ସରକାର ଗଢିଥିବା ଭାଜପା ନିଜର ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ପରିବର୍ତ୍ତେ କାମଚଳା ବଜେଟ ଆଣିବ ବୋଲି ଜଣାପଡିଛି।

ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଣିବା ପୂର୍ବରୁ କାମଚଳା ଆଗତ କରାଯିବ । ପୂର୍ବର ସରକାର ଚଳିତ ଆର୍ଥିକ ବର୍ଷର ଜୁଲାଇ ମାସ ପର୍ଯ୍ୟନ୍ତ କାମଚଳା ବଜେଟ ଆଗତ କରିଥିଲେ । ଆମେ ଆଉ ଏକ ଏପରି ବଜେଟ ଆଗତ କରିବୁ । ତା’ପରେ ପୂର୍ଣ୍ଣାଙ୍ଗ ବଜେଟ ଗୃହରେ ଆସିବ । ସଂସଦରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବା ପରେ ହିଁ ଓ ଭାଜପା ସରକାର ନିଜର ପ୍ରଥମ ବଜେଟ ଉପସ୍ଥାପନ କରିବେ । କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ ପାଣ୍ଠି ଆବଣ୍ଟନକୁ ଦେଖିବା ପରେ ରାଜ୍ୟ ବଜେଟ ପ୍ରସ୍ତୁତ କରାଯିବ ବୋଲି ଶ୍ରୀ ସିଂହଦେଓ କହିଛନ୍ତି ।

ଶ୍ରୀ ସିଂହଦେଓ ଜିଏସଟି କାଉନସିଲ ବୈଠକ ଓ କେନ୍ଦ୍ରୀୟ ପ୍ରାକ ବଜେଟ ଆଲୋଚନା ଉପରେ ରାଜ୍ୟ ମନ୍ତ୍ରୀମାନଙ୍କ ବୈଠକରେ ଯୋଗ ଦେବାକୁ ଆଜି ନୂଆଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri