କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ହେବ ମଠ ପୁନଃ ନିର୍ମାଣ

ପୁରୀ ଅଫିସ, ୧।୮: ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା କରିଡର୍‌ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ବ୍ରିଜ୍‌ ଆଣ୍ଡ କର୍ପୋରେଶନ ଲିମିଟେଡ୍‌ (ଓବି ଆଣ୍ଡ୍‌ ସିସି)କୁ ଦାୟିତ୍ୱ ଦିଆଯାଇଛି। ଶ୍ରୀମନ୍ଦିରର ୭୫ ମିଟର କରିଡର ଭିତରେ ଥିବା ସମସ୍ତ ମଠକୁ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ପୁନଃନିର୍ମାଣ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ ଲଙ୍ଗୁଳି ମଠ, ବଡ଼ଛତା ମଠ ଓ ଛାଉଣି ମଠର ସୌନ୍ଦର୍ଯ୍ୟକରଣ ହେବ। ଏଥିସହ ମଠ ଗାଦିଗୃହ, ମନ୍ଦିର ଓ ଧ୍ୟାନମଣ୍ଡପ ଆଦିକୁ ନୂତନ ରୂପ ଦିଆଯିବ।

ଶନିବାର ଓବି ଆଣ୍ଡ୍‌ ସିସିର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଜୟକୃଷ୍ଣ ଦାସ, ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ସୁଦର୍ଶନ ସାହୁ ଏବଂ କେତେଜଣ ଅଧିକାରୀ ପୁରୀ ଆସି ଏହି କାର୍ଯ୍ୟର ସମୀକ୍ଷା କରିଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ଐତିହ୍ୟ କରିଡର କାର୍ଯ୍ୟ ଆରମ୍ଭ ହେବ ବୋଲି ଶିଳ୍ପୀ ସାହୁ କହିଛନ୍ତି। ସିଂହଦ୍ୱାର ନିକଟରେ ଥିବା ଲଙ୍ଗୁଳି ମଠ ଓ ସିଂହଦ୍ୱାର ଦୁଇପାଶର୍‌ବରେ ଥିବା ବଡ଼ଛତା ମଠ ଓ ଛାଉଣି ମଠର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ। ମଠ ଦୁଇଟି ମନ୍ଦିର ଆକୃତିର ହେବ। ଶ୍ରୀମନ୍ଦିର ଯେଉଁ ପଥରରେ ନିର୍ମାଣ ହୋଇଛି ସେହି ପଥର ବ୍ୟବହାର କରାଯିବ। ଅନ୍ୟପକ୍ଷରେ ବିଶ୍ୱ ଐତିହ୍ୟ ସହର ପରିକଳ୍ପନା ପାଇଁ ଅବଢ଼ା ଯୋଜନାରେ ୩୫୦୦ କୋଟି ଟଙ୍କାର ଅଟକଳ କରାଯାଇଛି। ସେହି ଅନୁପାତରେ ଐତିହ୍ୟ କରିଡର କାମ ହେବ ବୋଲି ଓବିସିସିର ଏମ୍‌ଡି କହିଛନ୍ତି। ତେବେ ଅବଢ଼ା ଯୋଜନାରେ ୮୦୦ କୋଟି ଟଙ୍କା ବ୍ୟୟରେ ଆରମ୍ଭ ହେବାକୁ ଥିବା ଐତିହ୍ୟ କରିଡର୍‌ କାର୍ଯ୍ୟର ରୂପରେଖ କ’ଣ ହେବ ସେନେଇ ଏବେ ପ୍ରଶ୍ନ ଉଠିଛି। ଏଥିପାଇଁ ପ୍ରାୟ ଦୁଇବର୍ଷ ପୂର୍ବରୁ ଶ୍ରୀମନ୍ଦିର ଚତୁଃପାଶର୍‌ବରେ ଥିବା ମଠଗୁଡ଼ିକୁ ଉଚ୍ଛେଦ କରାଯାଇଥିଲା। ୧୪ରୁ ୧୮ ମାସ ମଧ୍ୟରେ ଉକ୍ତ ମଠଗୁଡ଼ିକର ପୁନରୁଦ୍ଧାର କରାଯିବ ବୋଲି ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ଏହି ପ୍ରତିଶ୍ରୁତି ପାଳନ ହୋଇ ନ ଥିବାରୁ ମଠାଧୀଶମାନେ କ୍ଷୋଭ ପ୍ରକାଶ କରିଥିଲେ। ତେବେ ଓବିସିସିର ବୈଷୟିକ ଟିମ୍‌ ସମେତ ସ୍ଥପତି ପୁରୀ ଆସି ବିଭିନ୍ନ ମଠ ଅନୁଧ୍ୟାନ କରିବା ପରେ ଏବେ ମଠଗୁଡ଼ିକର ପୁନରୁଦ୍ଧାର ହେବ ବୋଲି ଆଶା ସଞ୍ଚାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri