Posted inଜାତୀୟ

ଜିଲାପାଳଙ୍କ ଚଷମା ଧରି ମାଙ୍କଡ ଛୁ’

ଲକ୍ଷ୍ନୌ,୨୧।୮: ୟୁପିରେ କେବଳ ସାଧାରଣ ଲୋକ ନୁହଁନ୍ତି, ମାଙ୍କଡ ଉତ୍ପାତକୁ ନେଇ ଅଧିକାରୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ବୃନ୍ଦାବନରେ ମାଙ୍କଡମାନଙ୍କ ପ୍ରାଦୁର୍ଭାବ ଯୋଗୁ ସାଧାରଣ ଲୋକଙ୍କ ଜୀବନ କଷ୍ଟସାଧ୍ୟ ହୋଇପଡିଛି। ବେଳେବେଳେ ମାଙ୍କଡମାନେ ଲୋକଙ୍କୁ ଆକ୍ରମଣ କରୁଛନ୍ତି। ଏଥର ମାଙ୍କଡ଼ର ଶିକାର ସାଧାରଣ ଲୋକ ନୁହେଁ ବରଂ ଜିଲାପାଳ ହୋଇଥିଲେ। ମାଙ୍କଡଟି ଜିଲାପାଳ ଏବଂ ପୋଲିସ କର୍ମଚାରୀଙ୍କ ଚଷମା ଧରି ପଳାଇ ଯାଇଥିଲା। ବହୁ ପରିଶ୍ରମ ପରେ ଚଷମାଟି ମାଙ୍କଡ଼ରୁ ଫେରାଇ ଅଣାଯାଇଥିଲା। ସୋସିଆଲ ମିଡିଆରେ ଏହାର ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି।
ଏହି ଘଟଣାଟି ମଥୁରା ଜିଲାର ଅଟେ। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ମାଙ୍କଡ଼ ମଥୁରା ଜିଲାପାଳ ନବନୀତ ସିଂ ଚହଲଙ୍କ ଚଷମା ନେଇ ଏକ ଉଚ୍ଚ ସ୍ଥାନରେ ବସିଥିଲା। କୌତୁହଳର ବିଷୟ ହେଉଛି, ଭାରି ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏହି ମାଙ୍କଡ଼ ଚଷମା ନେଇ ଚାଲିଗଲା, କେହି କିଛି କରିପାରିଲେ ନାହିଁ।
ବାଙ୍କେ ବିହାର ମନ୍ଦିରରେ ଦୁର୍ଘଟଣା ପରେ ମଥୁରା ଜିଲାପାଳ ଘଟଣା ସମ୍ପର୍କରେ ପଚାରିବାକୁ ଆସିଥିଲେ। ତାଙ୍କ ସହିତ ଅନ୍ୟ ଅଧିକାରୀ ଏବଂ ପୋଲିସ କର୍ମଚାରୀ ମଧ୍ୟ ଥିଲେ। ଏହି ସମୟରେ ଏକ ମାଙ୍କଡ଼ ଆସି ଜିଲାପାଳଙ୍କ ଚଷମା ନେଇ ପଳାଇଲା। ସମସ୍ତେ ମାଙ୍କଡ଼ରୁ ଚଷମା ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ବିଭିନ୍ନ ପ୍ରକାର ଖାଦ୍ୟ ଲୋଭ ମାଙ୍କଡ଼କୁ ଦିଆଯାଉଥିଲା, କିନ୍ତୁ ମାଙ୍କଡ଼ ଚଷମା ଦେଇ ନ ଥିଲା। ଏହା ଦୀର୍ଘ ସମୟ ଧରି ଚାଲିଥିଲା। ଶେଷରେ ବହୁ କଷ୍ଟରେ ଜିଲାପାଳଙ୍କ ଚଷମା ମାଙ୍କଡ ଫେରାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri