Posted inଫୁରସତ

ବୃଦ୍ଧଙ୍କୁ ଚାପୁଡା ମାରି ମାଙ୍କଡ ଛଡାଇ ନେଲା ୪ ଲକ୍ଷ

ସୀତାପୁର,୨୩।୧୨-ପଞ୍ଜିକରଣ ପାଇଁ ଆସିଥିବା ଜଣେ ବୃଦ୍ଧଙ୍କୁ ଏକ ମାଙ୍କଡ ଚାପୁଡା ମାରି ତାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ ନେଇଯାଇଛି। ପରେ ବ୍ୟାଗରେ ଥିବା ୪ ଲକ୍ଷ ଟଙ୍କା ମଧ୍ୟରୁ ୧୦ ରୁ ୧୨ ହଜାର ଟଙ୍କା ମାଙ୍କଡ ଚିରି ନଷ୍ଟ କରି ଦେଇଛି। ଉତ୍ତରପ୍ରଦେଶ ସୀତାପୁର ଜିଲା କୋଟଓ୍ବାଲି ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ଘଟଣାରୁ ଜଣାପଡିଛି, ଗତ ମଙ୍ଗଳବାର ବୃଦ୍ଧ ଜଣକ ବିକାଶ ଭବନ ସ୍ଥିତ ରେଜିଷ୍ଟ୍ରି କାର୍ଯ୍ୟାଳୟକୁ ଜମି ବିକ୍ରି ପାଇଁ ଆସିଥିଲେ। ଜମି ବିକ୍ରି କରି ତାଙ୍କୁ ୪ ଲକ୍ଷ ଟଙ୍କା ମିଳିଥିଲା। ପରେ ସେ କାର୍ଯ୍ୟାଳୟ ନିକଟରେ ଥିବା ଏକ ଗଛ ତଳେ ବସି ରହିଥିଲେ। ସେହି ସମୟରେ ହଠାତ୍‌ ଏକ ମାଙ୍କଡ ଆସି ତାଙ୍କୁ ଚାପୁଡା ମାରି ତାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗକୁ ନେଇ ପଳାଇଥିଲା। ବ୍ୟାଗରେ କିଛି ଖାଦ୍ୟ ଜିନିଷ ଥିବା ଭାବି ସେ ବ୍ୟାଗକୁ ନେଇ ଗଛ ଉପରକୁ ପଳାଇଥିଲା। ଏହାପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମାଙ୍କଡ ଠାରୁ ବ୍ୟାଗ ଆଣିବାକୁ ଚେଷ୍ଟା କରିଥିଲେ। ହେଲେ ମାଙ୍କଡଟି ବ୍ୟାଗରୁ ଏକ ନୋଟ ବିଡା ବାହାର କରି ଟଙ୍କା ଚିରି ତଳକୁ ଫୋପାଡ଼ି ଦେଇଥିଲା। କିଛି ସମୟ ପରେ ମାଙ୍କଡ ହାତରୁ ବ୍ୟାଗ ତଳକୁ ଖସି ଯାଇଥିଲା। ପରେ ଲୋକେ ବ୍ୟାଗକୁ ଉଦ୍ଧାର କରି ବୃଦ୍ଧଙ୍କୁ ଫେରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri