Posted inଫୁରସତ

ବୃଦ୍ଧଙ୍କୁ ଚାପୁଡା ମାରି ମାଙ୍କଡ ଛଡାଇ ନେଲା ୪ ଲକ୍ଷ

ସୀତାପୁର,୨୩।୧୨-ପଞ୍ଜିକରଣ ପାଇଁ ଆସିଥିବା ଜଣେ ବୃଦ୍ଧଙ୍କୁ ଏକ ମାଙ୍କଡ ଚାପୁଡା ମାରି ତାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ ନେଇଯାଇଛି। ପରେ ବ୍ୟାଗରେ ଥିବା ୪ ଲକ୍ଷ ଟଙ୍କା ମଧ୍ୟରୁ ୧୦ ରୁ ୧୨ ହଜାର ଟଙ୍କା ମାଙ୍କଡ ଚିରି ନଷ୍ଟ କରି ଦେଇଛି। ଉତ୍ତରପ୍ରଦେଶ ସୀତାପୁର ଜିଲା କୋଟଓ୍ବାଲି ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ଘଟଣାରୁ ଜଣାପଡିଛି, ଗତ ମଙ୍ଗଳବାର ବୃଦ୍ଧ ଜଣକ ବିକାଶ ଭବନ ସ୍ଥିତ ରେଜିଷ୍ଟ୍ରି କାର୍ଯ୍ୟାଳୟକୁ ଜମି ବିକ୍ରି ପାଇଁ ଆସିଥିଲେ। ଜମି ବିକ୍ରି କରି ତାଙ୍କୁ ୪ ଲକ୍ଷ ଟଙ୍କା ମିଳିଥିଲା। ପରେ ସେ କାର୍ଯ୍ୟାଳୟ ନିକଟରେ ଥିବା ଏକ ଗଛ ତଳେ ବସି ରହିଥିଲେ। ସେହି ସମୟରେ ହଠାତ୍‌ ଏକ ମାଙ୍କଡ ଆସି ତାଙ୍କୁ ଚାପୁଡା ମାରି ତାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗକୁ ନେଇ ପଳାଇଥିଲା। ବ୍ୟାଗରେ କିଛି ଖାଦ୍ୟ ଜିନିଷ ଥିବା ଭାବି ସେ ବ୍ୟାଗକୁ ନେଇ ଗଛ ଉପରକୁ ପଳାଇଥିଲା। ଏହାପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମାଙ୍କଡ ଠାରୁ ବ୍ୟାଗ ଆଣିବାକୁ ଚେଷ୍ଟା କରିଥିଲେ। ହେଲେ ମାଙ୍କଡଟି ବ୍ୟାଗରୁ ଏକ ନୋଟ ବିଡା ବାହାର କରି ଟଙ୍କା ଚିରି ତଳକୁ ଫୋପାଡ଼ି ଦେଇଥିଲା। କିଛି ସମୟ ପରେ ମାଙ୍କଡ ହାତରୁ ବ୍ୟାଗ ତଳକୁ ଖସି ଯାଇଥିଲା। ପରେ ଲୋକେ ବ୍ୟାଗକୁ ଉଦ୍ଧାର କରି ବୃଦ୍ଧଙ୍କୁ ଫେରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri