ଆଗୁଆ ଆସିବ ମୌସୁମୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଆସିବ। ନିର୍ଦ୍ଧାରିତ ସମୟର ୫ଦିନ ପୂର୍ବରୁ ଅର୍ଥାତ୍‌ ମେ’ ୧୫ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ହେବା ସହ ଦକ୍ଷିଣପୂର୍ବ ବଙ୍ଗୋପସାଗର ଆଡ଼କୁ ଅଗ୍ରସର ହେବ। ଏଥିଲାଗି ପାଗ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତଃ ମେ’ ୨୦ ବେଳକୁ ମୌସୁମୀ ସକ୍ରିୟ ହେଉଥିବାବେଳେ ଜୁନ୍‌ ୧ ବେଳକୁ କେରଳରେ ପହଞ୍ଚୁଥିଲା। ଚଳିତ ବର୍ଷ ଅସମ୍ଭାଳ ତାତି ଦେଶବାସୀଙ୍କୁ ଅସ୍ତବ୍ୟସ୍ତ କରି ପକାଇଥିବା ବେଳେ ଆଗୁଆ ମୌସୁମୀ ଆସିବା ସୂଚନା ଆଶ୍ୱସ୍ତି ଆଣିଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଛି, ଆଗାମୀ ୫ଦିନ ମଧ୍ୟରେ ଆଣ୍ଡାମାନ ନିକୋବରରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମେ’ ୧୪ରୁ ୧୬ ତାରିଖ ମଧ୍ୟରେ କେତେକ ସ୍ଥାନରେ ଭୀଷଣ ବର୍ଷା ହୋଇପାରେ। ଦକ୍ଷିଣ ଆଣ୍ଡାମାନ୍‌ ସାଗର ଉପରେ ୪୦ରୁ ୫୦ କି.ମି. ମଧ୍ୟରେ ପବନ ପ୍ରବାହିତ ହେବ ବୋଲି ଅନୁମାନ କରାଯାଇଛି। ଚଳିତବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
ଅନ୍ୟପକ୍ଷରେ ବାତ୍ୟା ସ୍ଥଳଭାଗ ଛୁଇଁସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଦିନେ ଦୁଇଦିନ ମଧ୍ୟରେ ରାଜ୍ୟରେ ପାଗ ପରିବର୍ତ୍ତନ ହେବ। ମେଘମୁକ୍ତ ଆକାଶ ସହ ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୧୪ ତାରିଖରୁ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ମଧ୍ୟ ଅନୁରୂପ ସ୍ଥିତି ରହିବ। ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୪ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri