ଜୁନ୍‌ ତୃତୀୟ ସପ୍ତାହରେ ମୌସୁମୀ

ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଏହି ଘୋଷଣା ଚାଷୀଙ୍କ ପାଇଁ ଖୁସି ଖବର ଆଣିଛି।
ପ୍ରଶାନ୍ତ ମହାସାଗରରେ ଲା-ନିନା ରହୁଥିବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ ରହିବ। ଏଥିସହିତ ଭାରତ ମହାସାଗରରେ ଡାଇପୋଲ ନକାରାତ୍ମକ ସ୍ଥିତିରେ ରହିବ। ଫଳରେ ମହାସାଗର ଉପରିଭାଗ ତାପମାତ୍ରା ବୃଦ୍ଧି ହେବା ସହ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ ରହିବ।

ଚଳିତ ବର୍ଷ ମୌସୁମୀ ଦୀର୍ଘମିଆଦୀ ହାରାହାରି ବୃଷ୍ଟିପାତ (ଏଲ୍‌ପିଏ)ର ୯୬ରୁ ୧୦୪ ପ୍ରତିଶତ ରହିବ ବୋଲି ଆଇଏମ୍‌ଡି(ଭାରତୀୟ ପାଣିପାଗ ବିଭାଗ) ପୂର୍ବାନୁମାନ କରିଛି ।

ତେବେ ଚଳିତ ବର୍ଷ ମୌସୁମୀ ଜୁନ୍‌ ତୃତୀୟ ସପ୍ତାହରେ ଓଡ଼ିଶାକୁ ପ୍ରବେଶ କରିବା ସମ୍ଭାବନା ରହିଛି। ଜୁନ୍‌ ମାସରେ ସେତେଟା ବର୍ଷା ହେବ ନାହିଁ। ଜୁଲାଇରେ ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି। ଉପକୂଳ, ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ସ୍ବାଭାବିକ ରହିବ। କେତେକ ସ୍ଥାନରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ୨୦୧୯, ୨୦୨୦ ଏବଂ ୨୦୨୧ରେ ମଧ୍ୟ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri