ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଟିକେ ସଅଳ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା। ମେ’ ୨୭ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ କେରଳରେ ପହଞ୍ଚି ନାହିଁ। ପାଗ ଅନୁକୂଳ ହେଲେ ଆସନ୍ତା ୩୦ କିମ୍ବା ଜୁନ୍‌ ୧ ତାରିଖ ବେଳକୁ ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି। ଏବେ ସୁଦ୍ଧା ମୌସୁମୀକୁ ସକ୍ରିୟ କରିବା ନେଇ ପାଗ ଅନୁକୂଳ ହୋଇନାହିଁ। ରାଜ୍ୟକୁ ସାଧାରଣତଃ ଜୁନ୍‌ ୧୦ ତାରିଖ ସୁଦ୍ଧା ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରେ। କିନ୍ତୁ ଏଥର ଓଡ଼ିଶାରେ ପହଞ୍ଚିବା ବେଳକୁ ଜୁନ୍‌ ୧୩ରୁ ୧୫ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରୁଛନ୍ତି। ରାଜ୍ୟରେ ଗରମ ଓ ଗୁଳୁଗୁଳି ବଢୁଥିବାରୁ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି। ଆସନ୍ତା ୬ ଓ ୭ ତାରିଖ ବେଳକୁ ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶର କେତେକ ସ୍ଥାନରେ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୩ ତାରିଖ ପୂର୍ବରୁ ଓଡ଼ିଶାକୁ ମୌସୁମୀ ପ୍ରବେଶ ଆଶା କ୍ଷୀଣ। ଜୁନ୍‌ ମାସରେ ମଧ୍ୟ ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା କମ୍‌ ରହିଛି।
ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ଆଗକୁ ଆହୁରି ତାତି ବଢ଼ିବା ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବା ବେଳେ ଉପକୂଳ ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରେ ରହିବ। ଉପକୂଳରେ ଗରମ ସାଙ୍ଗକୁ ଗୁଳୁଗୁଳି ପରିବେଶକୁ ଉତ୍ତପ୍ତ କରି ଦେଇଛି। ଆସନ୍ତା ଜୁନ୍‌ ୧ ତାରିଖରୁ ତାତି ଆହୁରି ବଢ଼ିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ବାରିପଦାରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୦, ସମ୍ବଲପୁର ୪୦.୬, ସୁନ୍ଦରଗଡ଼ ୪୦, ଭବାନୀପାଟଣା ୪୧, ବଲାଙ୍ଗୀର ୪୨.୨, ଟିଟିଲାଗଡ଼ ୪୧.୮, ମାଲକାନଗିରି ୪୧, ସୋନପୁର ୪୦.୬, ବୌଦ୍ଧ ୪୨, ପାରଳାଖେମୁଣ୍ଡି ୪୧.୫, ବରଗଡ଼ରେ ୪୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri