ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଟିକେ ସଅଳ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା। ମେ’ ୨୭ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ କେରଳରେ ପହଞ୍ଚି ନାହିଁ। ପାଗ ଅନୁକୂଳ ହେଲେ ଆସନ୍ତା ୩୦ କିମ୍ବା ଜୁନ୍‌ ୧ ତାରିଖ ବେଳକୁ ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି। ଏବେ ସୁଦ୍ଧା ମୌସୁମୀକୁ ସକ୍ରିୟ କରିବା ନେଇ ପାଗ ଅନୁକୂଳ ହୋଇନାହିଁ। ରାଜ୍ୟକୁ ସାଧାରଣତଃ ଜୁନ୍‌ ୧୦ ତାରିଖ ସୁଦ୍ଧା ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରେ। କିନ୍ତୁ ଏଥର ଓଡ଼ିଶାରେ ପହଞ୍ଚିବା ବେଳକୁ ଜୁନ୍‌ ୧୩ରୁ ୧୫ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରୁଛନ୍ତି। ରାଜ୍ୟରେ ଗରମ ଓ ଗୁଳୁଗୁଳି ବଢୁଥିବାରୁ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି। ଆସନ୍ତା ୬ ଓ ୭ ତାରିଖ ବେଳକୁ ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶର କେତେକ ସ୍ଥାନରେ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୩ ତାରିଖ ପୂର୍ବରୁ ଓଡ଼ିଶାକୁ ମୌସୁମୀ ପ୍ରବେଶ ଆଶା କ୍ଷୀଣ। ଜୁନ୍‌ ମାସରେ ମଧ୍ୟ ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା କମ୍‌ ରହିଛି।
ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ଆଗକୁ ଆହୁରି ତାତି ବଢ଼ିବା ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବା ବେଳେ ଉପକୂଳ ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରେ ରହିବ। ଉପକୂଳରେ ଗରମ ସାଙ୍ଗକୁ ଗୁଳୁଗୁଳି ପରିବେଶକୁ ଉତ୍ତପ୍ତ କରି ଦେଇଛି। ଆସନ୍ତା ଜୁନ୍‌ ୧ ତାରିଖରୁ ତାତି ଆହୁରି ବଢ଼ିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ବାରିପଦାରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୦, ସମ୍ବଲପୁର ୪୦.୬, ସୁନ୍ଦରଗଡ଼ ୪୦, ଭବାନୀପାଟଣା ୪୧, ବଲାଙ୍ଗୀର ୪୨.୨, ଟିଟିଲାଗଡ଼ ୪୧.୮, ମାଲକାନଗିରି ୪୧, ସୋନପୁର ୪୦.୬, ବୌଦ୍ଧ ୪୨, ପାରଳାଖେମୁଣ୍ଡି ୪୧.୫, ବରଗଡ଼ରେ ୪୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri