ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ବଢ଼ିନାହିଁ। ଅଳ୍ପ କିଛିଦିନ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲେ ମଧ୍ୟ ଲଗାତର ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ନିୟମିତ ବ୍ୟବଧାନରେ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ଲାଗିରହୁଛି। ସାଧାରଣତଃ ଉପକୂଳ ଓଡ଼ିଶାରେ ଅଧିକ କାଳବୈଶାଖୀ ଦେଖିବାକୁ ମିଳିଥାଏ। ଚଳିତବର୍ଷ କୋରାପୁଟ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ ଭଳି ଜିଲାରେ ଅଧିକ ଝଡ଼ବର୍ଷା ହେଉଛି। ଏଥିଯୋଗୁ ପରିବେଶ ଥଣ୍ଡା ରହୁଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଝଡ଼ବର୍ଷା ହେବା ସମ୍ଭାବନା ରହିଛି। ଏଥିଯୋଗୁ ରାଜ୍ୟରେ ପାରଦ ୪୦ ଡିଗ୍ରୀ ତଳେ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯଦି ଏଭଳି ପାଗ ଜାରିରହିବ ତେବେ ଚଳିତ ବର୍ଷ ଓଡ଼ିଶାରେ ମୌସୁମୀ ସ୍ବାଭାବିକ ରହିବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି। ଏପ୍ରିଲ ଓ ମେ’ ମାସରେ ଗରମ ବଢ଼ିଲେ ରାଜ୍ୟକୁ ମୌସୁମୀ ଆଗମନ ଠିକ୍‌ ସମୟରେ ହୋଇଥାଏ। ରାଜ୍ୟକୁ ସ୍ବାଭାବିକ ବର୍ଷା ମଧ୍ୟ ମିଳିଥାଏ।
ପାଣିପାଗ ବିଭାଗର ଅନୁମାନ ଅନୁଯାୟୀ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସ୍ବାଭାବିକ ଭାବେ ମେ’ ୨୦ରେ ଆଣ୍ଡାମାନ ଉପକୂଳ ଛୁଇଁଥାଏ। ଜୁନ୍‌ ୧ ସୁଦ୍ଧା କେରଳ ଏବଂ ଜୁନ୍‌ ୧୦ରୁ ୧୨ ତାରିଖ ମଧ୍ୟରେ ଓଡ଼ିଶାକୁ ପ୍ରବେଶ କରିଥାଏ। ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ନ ଥିବାରୁ ଏହା ମୌସୁମୀ ଆଗମନକୁ ପ୍ରଭାବିତ କରିବା ଆଶଙ୍କା ରହିଛି। ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗମନ ବିଳମ୍ବ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି। ଚଳିତ ବର୍ଷ ଓଡ଼ିଶାରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ ବୋଲି ପୂର୍ବରୁ ପାଣିପାଗ ବିଭାଗ ଅନୁମାନ କରିଥିଲା। ଏପ୍ରିଲ ଓ ମେ’ରେ ଗରମ ବଢୁ ନ ଥିବାରୁ ମୌସୁମୀ ପାଇଁ ପାଗ ଅନୁକୂଳ ହେବା ସମ୍ଭାବନା କମ୍‌ ରହିଛି। ଜୁନ୍‌ ଦ୍ୱିତୀୟ ସପ୍ତାହ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁଲେ ମଧ୍ୟ ବର୍ଷା ଆଶାନୁରୂପ ହୋଇ ନ ପାରେ । ଚଳିତ ବର୍ଷର ଜଳବାୟୁ ମୌସୁମୀ ପାଇଁ କେତେ ଅନୁକୂଳ ହେଉଛି ତାହା ଆଉ ୩ ସପ୍ତାହ ମଧ୍ୟରେ ଜଣାପଡ଼ିବ।
ସୂଚନାଯୋଗ୍ୟ ଯେ, ଗତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକଠାରୁ ୪ ପ୍ରତିଶତ ଅଧିକ ବର୍ଷା ଦେଇଥିଲା। ଜୁଲାଇରେ ଶୁଖିଲା ପକାଇଥିଲେ ମଧ୍ୟ ଅଗଷ୍ଟରୁ ଅକ୍ଟୋବର ତୃତୀୟ ସପ୍ତାହ ଯାଏ ଲଗାତର ଲଘୁଚାପଜନିତ ବର୍ଷା ଯୋଗୁ ବର୍ଷା ଅଭାବ ଭରଣା ହୋଇଯାଇଥିଲା। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୩୦ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୧୨୫୦ ମିଲିମିଟର ବର୍ଷା ହେବାକୁ ଥିବାବେଳେ ୧୩୦୨ ମିଲିମିଟର ହୋଇଥିଲା। ମାଲକାନଗିରି ଓ ଝାରସୁଗୁଡ଼ା ଜିଲାରେ ଅଧିକ ବର୍ଷା ହୋଇଥିଲା। ଜୁନ୍‌ ପହିଲାରୁ ଅକ୍ଟୋବର ୨୭ ମଧ୍ୟରେ ରାଜ୍ୟରେ ୧୦ ଲଘୁଚାପ ସୃଷ୍ଟି ହୋଇଥିଲା। ଦକ୍ଷିଣ-ପଶ୍ଚିମ ମୌସୁମୀ ଜୁନ୍‌ ୧୧ରେ ରାଜ୍ୟକୁ ପ୍ରବେଶ କରିଥିଲା। ଜୁନ୍‌ରେ ସାଧାରଣ ବୃଷ୍ଟିପାତଠାରୁ ୯.୩ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ଜୁଲାଇରେ ୩୪.୯ ପ୍ରତିଶତ କମ୍‌ ବର୍ଷା ହୋଇଥିଲା। ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଥିଲା। ଅଗଷ୍ଟରେ ୪୫.୨ ପ୍ରତିଶତରୁ ଅଧିକ ବର୍ଷା ହୋଇଥିଲା। ଅଗଷ୍ଟରେ ୧୭ ଜିଲାରେ ସାଧାରଣ ବୃଷ୍ଟିପାତ (୧୯%)ଠାରୁ ଅଧିକ ହୋଇଥିବାବେଳେ ୧୨ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିଲା। ଅଗଷ୍ଟରେ ୪ ଲଘୁଚାପ ହୋଇଥିଲା। ଫଳରେ ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ହୋଇଥିଲା। ଏହି ବନ୍ୟାରେ ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲା ଅଧିକ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri