୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀର ଓଡ଼ିଶା ପ୍ରବେଶ ପାଇଁ ପାଗ ଅନୁକୂଳ ହୋଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତା ୧୬ କିମ୍ବା ୧୭ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଭାଗକୁ ମୌସୁମୀ ଛୁଇଁବା ସମ୍ଭାବନା ରହିଛି। ସେଥିପାଇଁ ପାଗ ଅନୁକୂଳ ରହିଛି। ମୌସୁମୀ ପ୍ରବେଶ କଲେ ମଧ୍ୟ ରାଜ୍ୟର କିଛି ଭାଗରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ମୌସୁମୀ ପାଇଁ ପାଗ ଅନୁକୂଳ ହେଉଥିବାରୁ ବୁଧବାରଠାରୁ ତାତି ହ୍ରାସ ପାଇଛି। କେବଳ ଗୋଟିଏ ଦୁଇଟି ସ୍ଥାନକୁ ଛାଡ଼ିଦେଲେ ଅନ୍ୟ ସବୁଠି ପାରଦ ୪୦ ଡିଗ୍ରୀ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀରରେ ସର୍ବାଧିକ ୪୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ ୪୦.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଝଡ଼ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କ ଜୀବନ ନେଲେ ସାନ

ବାରିପଦା ଅଫିସ,୨୬ା୬: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ବଡ଼...

ପରପାରିରେ ପଦ୍ମଶ୍ରୀ ନନ୍ଦ ସାର୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। କୋଭିଡ୍‌ରେ ଆକ୍ରାନ୍ତ ହୋଇ ନନ୍ଦ ସାର୍‌...

ଧର୍ମାନୁଷ୍ଠାନ ଦଖଲରେ ସରକାରଙ୍କ ଶତାଧିକ ଏକର

ଅନୁଗୋଳ ଅଫିସ, ୬।୮: ଅନୁଗୋଳ ଜିଲାରେ ଗଢ଼ି ଉଠିଛି ଅନେକ ଧର୍ମାନୁଷ୍ଠାନ। ହେଲେ ସେଥିମଧ୍ୟରୁ କେତୋଟି ଧାର୍ମିକ ଅନୁଷ୍ଠାନ ସରକାରୀ ଜାଗାକୁ ଜବରଦଖଲ କରିବାରେ ଲାଗିଛନ୍ତି।...

ପଞ୍ଚାୟତର ଗରିବଙ୍କୁ ମିଳିବ ରନ୍ଧାଖାଦ୍ୟ, ପଞ୍ଜୀକୃତ ଉଠାଦୋକାନୀ ପାଇବେ ୩ ହଜାର ଟଙ୍କାର ସହାୟତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଲକଡାଉନ ଘୋଷଣା ପରେ ନିମ୍ନଶ୍ରେଣୀର ଗରିବଙ୍କ ମୁଣ୍ଡରେ ଚଡ଼କ ପଶିଯାଇଛି। ଦିନ ମଜୁରିଆ, ଶ୍ରମିକ, ମଜଦୁର ଭଉଣୀଭାଇମାନେ ରୋଜଗାର ନ...

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର...

ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ: ଖଣି ଜରିମାନା, ବକେୟା ଟିକସ ଆଦାୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି କ୍ରମରେ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ...

ବୈତରଣୀରେ ବୃଦ୍ଧି ପାଉଛି ଜଳସ୍ତର

ଭଣ୍ଡାରିପୋଖରୀ, ୧୪ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀ ଫୁଲିବା ଆରମ୍ଭ କରିଛି। ନଦୀର ଜଳସ୍ତର ଆଖୁଆପଦା ଆନିକଟ ଠାରେ ମଙ୍ଗଳବାର ସକାଳ ୬ଟାରୁ...

ମହାପ୍ରଭୁଙ୍କ ପାଇଁ ଗଢ଼ା ସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୧୮ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ମାସ ଶୁକ୍ଳ ପକ୍ଷ...

Advertisement
Archives

Model This Week