୮ ଜିଲାରୁ ମୌସୁମୀ ଫେରିଲା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଫେରିବା ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ୮ ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସରି ଯାଇଛି। ସେହିପରି ଅନୁଗୋଳ ଓ ବୌଦ୍ଧ ଜିଲାର ଅଧିକାଂଶ ଅଞ୍ଚଳରୁ ଏବଂ କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାର ଅଳ୍ପ କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦୁଇଦିନରେ ରାଜ୍ୟର ଅବଶିଷ୍ଟ ଜିଲାଗୁଡ଼ିକରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସ୍ଥିର ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପରେ ଲଘୁଚାପ କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ପଶ୍ଚିମ-ଉତ୍ତରମୁହାଁ ହୋଇ ୧୫ ତାରିଖ ସୁଦ୍ଧା ଉପକୂଳ ଛୁଇଁବ। ୱେଲ୍‌ ମାର୍କଡ ଲଘୁଚାପ ଭାବେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ସେପଟେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri