୮ ଜିଲାରୁ ମୌସୁମୀ ଫେରିଲା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଫେରିବା ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ୮ ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସରି ଯାଇଛି। ସେହିପରି ଅନୁଗୋଳ ଓ ବୌଦ୍ଧ ଜିଲାର ଅଧିକାଂଶ ଅଞ୍ଚଳରୁ ଏବଂ କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାର ଅଳ୍ପ କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦୁଇଦିନରେ ରାଜ୍ୟର ଅବଶିଷ୍ଟ ଜିଲାଗୁଡ଼ିକରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସ୍ଥିର ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପରେ ଲଘୁଚାପ କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ପଶ୍ଚିମ-ଉତ୍ତରମୁହାଁ ହୋଇ ୧୫ ତାରିଖ ସୁଦ୍ଧା ଉପକୂଳ ଛୁଇଁବ। ୱେଲ୍‌ ମାର୍କଡ ଲଘୁଚାପ ଭାବେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ସେପଟେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri