ଶେଷ ହେଲା ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୦ା୯ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା। ଏହି ସ୍ବଳ୍ପକାଳୀନ ଅଧିବେଶନରେ ୧୩ଟି ବିଲ୍‌ ପାରିତ ହୋଇଥିବାବେଳେ ୩ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ଏଥିସହିତ ୧୦ଟି ବାର୍ଷିକ ରିପୋର୍ଟ, ୩ଟି କମିଟି ରିପୋର୍ଟ, ଗୋଟିଏ ଅଧ୍ୟାଦେଶ, ୪ଟି ସିଏଜି ରିପୋର୍ଟ, ୨ଟି ସରକାରୀ ସଂକଳ୍ପ ଉପରେ ଆଲୋଚନା ହୋଇଥିଲା। ଏହି ଅଧିବେଶନ ସ୍ବଳ୍ପ ସମୟ ଧରି ଚାଲିଥିଲେ ମଧ୍ୟ ବେଶ୍‌ ସରଗରମ ରହିଥିଲା। ବିରୋଧୀ ସଦସ୍ୟମାନେ ମରୁଡ଼ି, ଖଣି ଦୁର୍ନୀତି, ଷ୍ଟାଫ୍‌ ସିଲେକ୍ସନ କମିଶନରେ ଦୁର୍ନୀତି, ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ସରକାରଙ୍କୁ ଅଡ଼ୁଆରେ ପକାଇଥିଲେ। ଏହି ଅଧିବେଶନରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହରେ ଅନୁମୋଦନ ଲାଭ କରିଛି। ବିରୋଧୀଙ୍କ ଅନୁପସ୍ଥିତିରେ ବିଲ୍‌ଗୁଡ଼ିକୁ ସରକାର ଏକପାଖିଆ ପାରିତ କରିନେଇଛନ୍ତି। ତେବେ ପୌର ବିଧି (ସଂଶୋଧନ) ବିଲ୍‌-୨୦୨୧ ଏବଂ ପଞ୍ଚାୟତ ବିଧି (ସଂଶୋଧନ) ବିଲ୍‌-୨୦୨୧ ପାରିତ କରି ସରକାର ପୌର ଓ ପଞ୍ଚାୟତ ନିର୍ବାଚନ ଲାଗି ଥିବା ସଂରକ୍ଷଣ ଦ୍ୱନ୍ଦ୍ୱକୁ ଦୂର କରିଛନ୍ତି। ଉକ୍ତ ଦୁଇଟି ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିବା ଦ୍ୱାରା ସ୍ଥାନ ସଂରକ୍ଷଣ ସୀମା ୫୦ ପ୍ରତିଶତରେ ସୀମିତ ରହିଛି। ଫଳରେ ଦୀର୍ଘ ୩ ବର୍ଷ ଧରି ବନ୍ଦ ରହିଥିବା ପୌର ନିର୍ବାଚନ ସକାଶେ ପଥ ପରିଷ୍କାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri