Posted inରାଜ୍ୟ

୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମୌସୁମୀ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ସମ୍ପୂର୍ଣ୍ଣ ଏବଂ ପୁରୀ ଜିଲାର ବାକି ଅଂଶ ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର ଅଧିକାଂଶ ଭାଗ, କଟକ, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର କିଛି ଅଂଶକୁ ମୌସୁମୀ ଆଚ୍ଛାଦିତ କରିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସମ୍ପୂର୍ଣ୍ଣ ରାଜ୍ୟକୁ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଶନିବାର ରାତିରୁ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୬ ତାରିଖ ଯାଏ ବର୍ଷା ଲାଗିରହିବ। ୧୭ ତାରିଖରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ଲାଗି ବାରଣ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri