ଫେରିଯିବ ମୌସୁମୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର ଉତ୍ତର ଭାରତର ରାଜସ୍ଥାନଠାରୁ ଅପସାରଣ ଆରମ୍ଭ କରିବ। ଅକ୍ଟୋବର ପ୍ରଥମ ସପ୍ତାହର ଶେଷ ଭାଗରେ ମୌସୁମୀ ଓଡ଼ିଶାରୁ ବିଦାୟ ନେବ। ରାଜ୍ୟରେ ଆଉ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ସ୍ଥାନୀୟ ଜଳବାୟୁ ଆଧାରରେ କାଁ ଭାଁ କେଉଁଠି ଅଳ୍ପ ବର୍ଷା ହୋଇପାରେ। ମୌସୁମୀ ଏବେ ବଙ୍ଗୋପସାଗର ଉପରେ ରହିଛି। ତାମିଲନାଡୁ ଉପକୂଳ ଦେଇ ଧୀରେ ଧୀରେ ଏହା ଅପସରି ଯିବ।
ଚଳିତବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ରହିଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ସେପ୍ଟେମ୍ବର ୨୭ ମଧ୍ୟରେ ଦେଶରେ ୯% ଅଧିକ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ଦେଶରେ ସ୍ବାଭାବିକ ଭାବେ ୮୬୯.୪ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୯୫୧.୩ ମିଲିମିଟର ବର୍ଷା। ଏହି ସମୟ ମଧ୍ୟରେ ଓଡ଼ିଶାରେ ୧% କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୨୭ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୧୧୪୦.୭ ମିଲିମିଟର ହେବା ସ୍ଥଳେ ହୋଇଛି ୧୧୩୧.୯ ମିଲିମିଟର ବର୍ଷା। ରାଜ୍ୟର ୨୪ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୨ ଜିଲା କୋରାପୁଟ(୪୪%), ଝାରସୁଗୁଡ଼ା(୨୬%)ରେ ଅଧିକ ଓ ୪ ଜିଲାରେ କମ୍‌ ବର୍ଷା ହୋଇଛି। ଗଜପତି ଜିଲାରେ ସ୍ବାଭାବିକଠାରୁ ୨୪% କମ୍‌ ବର୍ଷା ହୋଇଥିବାବେଳେ ଖୋର୍ଦ୍ଧାରେ ୨୮%, ବାଲେଶ୍ୱର ୨୪% ଏବଂ ପୁରୀରେ ୨୫% କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୨୭ ମଧ୍ୟରେ ବାଲେଶ୍ୱରରେ ସ୍ବାଭାବିକ ଭାବେ ୧୨୨୪.୪ ମିଲିମିଟର ବର୍ଷା ହେବା ପରିବର୍ତ୍ତେ ହୋଇଛି ୯୨୫.୧ ମିଲିମିଟର, ଗଜପତିରେ ୯୭୦.୯ ମିଲିମିଟର ପରିବର୍ତ୍ତେ ୭୩୯.୪ ମିଲିମିଟର, ଖୋର୍ଦ୍ଧାରେ ୧୦୯୬.୮ ମିଲିମିଟର ପରିବର୍ତ୍ତେ ୭୮୬.୭ ମିଲିମିଟର ଏବଂ ପୁରୀରେ ୯୯୦.୯ ମିଲିମିଟର ସ୍ଥାନରେ ୭୪୦.୭ ମିଲିମିଟର ବର୍ଷା ହୋଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ୍‌ ୧୧ରେ ରାଜ୍ୟକୁ ପ୍ରବେଶ କରିଥିଲା। ଜୁନ୍‌ରେ ସାଧାରଣ ବୃଷ୍ଟିପାତଠାରୁ ୯.୩ ପ୍ରତିଶତ ଅଧିକ ବର୍ଷା ହୋଇଥିବାବେଳେ ଜୁଲାଇରେ ୩୪.୯ ପ୍ରତିଶତ କମ୍‌ ବର୍ଷା ହୋଇଥିଲା। ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଥିଲା। ତେବେ ଅଗଷ୍ଟରେ ୪୫.୨ ପ୍ରତିଶତରୁ ଅଧିକ ବର୍ଷା ହୋଇଥିଲା। ଯେଉଁ ଜିଲାଗୁଡିକରେ ଜୁଲାଇ ମାସରେ ନିଅଣ୍ଟିଆ ବର୍ଷା ହୋଇଥିଲା ତାହା ଅଗଷ୍ଟରେ ଭରଣା ହୋଇଥିଲା। ଅଗଷ୍ଟରେ ୧୭ ଜିଲାରେ ସାଧାରଣ ବୃଷ୍ଟିପାତ (୧୯ ପ୍ରତିଶତ)ଠାରୁ ଅଧିକ ହୋଇଥିବା ବେଳେ ୧୨ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ସେଥିରୁ ୬ ଜିଲାରେ ସାଧାରଣ ବୃଷ୍ଟିପାତଠାରୁ ୧୦୫ ପ୍ରତିଶତରୁ ୧୭୬ ପ୍ରତିଶତ ପର୍ଯ୍ୟନ୍ତ ଅଧିକ ବୃଷ୍ଟିପାତ ହୋଇଛି। କେବଳ ନୂଆପଡା ଜିଲାରେ ୩୧.୯ ପ୍ରତିଶତ କମ୍‌ ବର୍ଷା ହୋଇଥିଲା। ଅଗଷ୍ଟରେ ୪ଟି ଲଘୁଚାପ ହୋଇଥିଲା। ଲଘୁଚାପ ଜନିତ ବର୍ଷା ଯୋଗୁ ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ହୋଇଥିଲା। ଏହି ବନ୍ୟାରେ ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲା ଅଧିକ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?