ରଜରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ। ଏଥିପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ରଜ ପର୍ବ ଆରମ୍ଭ ହେଉଛି। ଏହା ଭିତରେ ମୌସୁମୀ ଆଗମନର ସମ୍ଭାବନା ରହିଥିବାବେଳେ ଏବେଠୁ ରାଜ୍ୟରେ ପ୍ରାକ୍‌ ମୌସୁମୀର ପ୍ରଭାବ ଆରମ୍ଭ ହୋଇଯାଇଛି। ଗତ ଦୁଇଦିନ ହେବ ଓଡ଼ିଶା ଆକାଶରେ ବାଦଲ ଓ ପବନ ରହିଛି। ଏଥିସହ ବିଭିନ୍ନ ଅଞ୍ଚଳରେ ଝିପି ଝିପି ବର୍ଷା ହେଉଥିବାରୁ ରଜ ପାଗ ଭଳି ଅନୁଭବ ହେଉଛି। ରାଜ୍ୟବାସୀ ତାତିରୁ ଆଶ୍ୱସ୍ତ ହୋଇଛନ୍ତି। ଆଗାମୀ ୩ରୁ ୪ ଦିନ ମଧ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ। ଜୁନ୍‌ ମାସରେ ଭଲ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ପୂର୍ବ ଆକଳନ ମୁତାବକ ଜୁନ୍‌ ୧୨ରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭବ ହୋଇନାହିଁ। ଉତ୍ତର-ପଶ୍ଚିମ ପବନର ପ୍ରଭାବ ଅଧିକ ଯୋଗୁ ରାଜ୍ୟରେ ତାପମାତ୍ରା ବୃଦ୍ଧିପାଉଥିଲା। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆଗକୁ ବଢ଼ିବାକୁ ଦେଉ ନ ଥିଲା। ତେଣୁ ମୌସୁମୀ ଆସିବାରେ ସାମାନ୍ୟ ବିଳମ୍ବ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସେପଟେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ତେଣୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ରବିବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୦ ଜିଲାରେ ଝଡ଼ତୋଫାନ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri