ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସ୍ଥଳ ଭାଗ ଛୁଇଁଛି । ଏହାର ପ୍ରଭାବ ଓଡ଼ିଶା ଉପରେ କମ୍‌ ରହିଥିବାବେଳେ ମୌସୁମୀ ନିମ୍ନଚାପ ରେଖା ଏବଂ ବଙ୍ଗୋପସାଗରରୁ ଆସୁଥିବା ଜଳୀୟ ବାଷ୍ପ ଯୋଗୁ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ସୋମବାର ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ସେହିପରି ଖୁବ୍‌ଶୀଘ୍ର ଓଡ଼ିଶାରୁ ମୌସୁମୀ ଫେରିଯିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସୂଚନା ଦେଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଲେଉଟାଣି ପ୍ରକ୍ରିୟା ସେପ୍ଟେମ୍ବର ୧୯ ବେଳକୁ ଆରମ୍ଭ ହେବା ନେଇ ପାଗ ଅନୁକୂଳ ହେଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହା ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ଫେରିବା ଆରମ୍ଭ କରିବ। ତେବେ ଉତ୍ତର-ପଶ୍ଚିମ ଭାରତରୁ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହେବାକୁ ଥିଲେ ମଧ୍ୟ ବଙ୍ଗୋପସାଗରରେ ସକ୍ରିୟ ପାଣିପାଗ ନିୟାମକ ଯୋଗୁ ଓଡ଼ିଶା ସମେତ ପୂର୍ବ ଭାରତରେ ଏବେ ବି ବର୍ଷା ଜାରି ରହିଛି। ସାଧାରଣତଃ ଓଡ଼ିଶାରୁ ମୌସୁମୀ ବାୟୁ ଅକ୍ଟୋବର ୧୦ରୁ ୧୫ ମଧ୍ୟରେ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଥାଏ। ସେପ୍ଟେମ୍ବର ଶେଷ ସପ୍ତାହ ଆଡ଼କୁ ରାଜ୍ୟରୁ ମୌସୁମୀ ଧୀରେ ଧୀରେ ଦୁର୍ବଳ ହେବାକୁ ଲାଗେ। ଓଡ଼ିଶାରୁ କେବେ ମୌସୁମୀ ଫେରିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।
ସୋମବାର ରାଜ୍ୟରେ ତାପମାତ୍ରା ପୁଣି ଉପରମୁହଁା ହୋଇଛି। ଦାରିଙ୍ଗବାଡ଼ି ଏବଂ କେନ୍ଦ୍ରାପଡ଼ାକୁ ବାଦ୍‌ ଦେଲେ ଅନ୍ୟ ସହରଗୁଡ଼ିକର ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା। କଟକରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବାରିପଦା ଓ ପାରଳାଖେମୁଣ୍ଡିରେ ୩୪.୬, ଢେଙ୍କାନାଳରେ ୩୪.୫, ଚାନ୍ଦବାଲିରେ ୩୪.୪, ଯାଜପୁରରେ ୩୪.୨, ନୟାଗଡ଼ ଓ ଭଦ୍ରକରେ ୩୪, ଝାରସୁଗୁଡ଼ା ଓ ବରଗଡ଼ରେ ୩୩.୮, ଭୁବନେଶ୍ୱରରେ ୩୩.୭, ରାଉରକେଲାରେ ୩୩.୬, ଟିଟିଲାଗଡ଼ରେ ୩୩.୫, ବାଲେଶ୍ୱରରେ ୩୩.୪, ପାରାଦୀପ ଓ ଛତ୍ରପୁରରେ ୩୩.୨, ପୁରୀରେ ୩୩.୧ ଏବଂ ବଲାଙ୍ଗୀରରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ମଙ୍ଗଳବାର ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ସହିତ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?