୧୩ ଯାଏ ମୋରାଟୋରିୟମ ମାମଲା ଶୁଣାଣି ସ୍ଥଗିତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଋଣ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣିକୁ ଅକ୍ଟୋବର ୧୩ ଯାଏ ସ୍ଥଗିତ ରଖିଛନ୍ତି। ସୋମବାର ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶରେ କହିଛନ୍ତି ଯେ, କେ.ଭି. କାମାଥ କମିଟି ରିପୋର୍ଟକୁ ରେକର୍ଡ ଭାବେ ପ୍ରଦାନ କରାଯାଉ। ସୂଚନାଯୋଗ୍ୟ, କୋଭିଡ୍‌ ଯୋଗୁ ସମସ୍ୟା ସାମ୍ନା କରୁଥିବା ଲୋକଙ୍କର ଋଣ ପୁନର୍ଗଠନ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ବିଚାରକରି ରିପୋର୍ଟ ଦେବା ଲାଗି ସରକାର କେ.ଭି.କାମାଥଙ୍କ ଅଧ୍ୟକ୍ଷତାରେ ଏଭଳି ଏକ କମିଟି ଗଠନ କରିଥିଲେ। କମିଟି ସରକାରଙ୍କୁ ଏହାର ରିପୋର୍ଟ ପ୍ରଦାନ କରିସାରିଥିବା ବେଳେ କମିଟି ରିପୋର୍ଟ ଆଧାରରେ ଋଣ ପୁନର୍ଗଠନ ଯୋଜନା ରିଜର୍ଭ ବ୍ୟାଙ୍କ ଘୋଷଣା କରିସାରିଛି। ସୁପ୍ରିମକୋର୍ଟ କମିଟିର ରିପୋର୍ଟକୁ ଉପସ୍ଥାପନ କରିବାକୁ କହିଥିବାରୁ ଏହି ମାମଲାରେ ଏକ ନୂଆ ଦିଗ ଖୋଲିଛି। ଜଷ୍ଟିସ ଅଶୋକ ଭୂଷଣ, ଜଷ୍ଟିସ ଆର୍‌ ସୁଭାଷ ରେଡ୍ଡୀ ଏବଂ ଜଷ୍ଟିସ ଏମ୍‌.ଆର୍‌.ଶାହା ଋଣ ମୋରାଟୋରିୟମ ମାମଲାର ଶୁଣାଣି କରୁଛନ୍ତି। ମୋରାଟୋରିୟମ ଅବଧିରେ ଲାଗୁ ହୋଇଥିବା ସୁଧ ଉପରେ ସୁଧ ଛାଡ କରିବା ଲାଗି କିଭଳି ପଦକ୍ଷେପ ନିଆଯାଇଛି ସେ ସଂକ୍ରାନ୍ତ ଆଉ ଏକ ସତ୍ୟପାଠ ଦାଖଲ କରିବା ଲାଗି ସର୍ବୋଚ୍ଚ ନ୍ୟାୟାଳୟ ସରକାର ଏବଂ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri