‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ସଭାପତିତ୍ୱ କରି ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ ବୋଲି କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜଗନ୍ନାଥପ୍ରସାଦ କଲେଜର ଓଡ଼ିଆ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ଲୋକନାଥ ମହାନ୍ତି ମୁଖ୍ୟ ଅତିଥି ଓ ବୁଗୁଡ଼ା ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ମିଶ୍ର, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ଅଧ୍ୟାପିକା କଳ୍ପନା ଷଣ୍ଢ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଆ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଘୁମୁସରର ଭଞ୍ଜ ରାଜବଂଶର ଅବଦାନ ସମ୍ପର୍କରେ କହିଥିଲେ। ଅଧ୍ୟାପକ ଦିଗନ୍ତ ଜେନା ସଭାକୁ ସଂଯୋଜନା କରିଥିବାବେଳେ ଅଧ୍ୟାପିକା ରୋଜାଲିନ ମହାରଣା ଧନ୍ୟବାଦ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily