ବଦଳିଲା ସକାଳୁଆ ସ୍କୁଲ ସମୟ

ନୟାଗଡ଼, ୪।୪ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ଜିଲାପାଳ ସ୍ବଧାଦେବ ସିଂ ବୁଧବାର ସକାଳୁଆ ସ୍କୁଲ ସମୟର ପରିବର୍ତ୍ତନ ଆଣିଛନ୍ତି । ଏପ୍ରିଲ ୪ ଅର୍ଥାତ୍‌ ଗୁରୁବାରଠାରୁ ସକାଳ ସାଢ଼େ ୬ଟାରୁ ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଜିଲା ପ୍ରଶାସନ ପକ୍ଷରୁ ଚିଠି ପ୍ରକାଶ ପାଇଛି। ପୂର୍ବରୁ ସ୍କୁଲ ସକାଳ ୭ଟାରୁ ପୂର୍ବାହ୍ନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲୁଥିଲା । ଏନେଇ ଜିଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ କୁହନ୍ତି, ଜିଲାରେ ଖରାର ପ୍ରକୋପ ବଢ଼ୁଥିବାରୁ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଗୁରୁବାରଠାରୁ ସକାଳ ସାଢ଼େ ୬ଟାରୁ ପୂର୍ବାହ ସାଢ଼େ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିୟମ ଗୁରୁବାରଠାରୁ ଲାଗୁ କରିବାକୁ ଚିଠି ନଂ. ୨୯୭୦ରେ ନିର୍ଦ୍ଦେଶ ରହିଛି । ଜିଲାର ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିୟମ ହୋଇଛି। ତେବେ କଲେଜ ପାଇଁ ନିୟମ ଲାଗୁ କରାଯାଇନି। ସମୟ ନିର୍ଘଣ୍ଟ ପରିବର୍ତ୍ତନ ନେଇ ଜିଲାର ୮ଜଣ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ପ୍ରଦାନ କରାଯାଇଛି। ବ୍ଲକ ଶିକ୍ଷା ଅଧିକାରୀମାନେ ସେମାନଙ୍କ ବ୍ଲକ୍‌ରେ ଚିଠି ବଣ୍ଟନ କରିବାକୁ କୁହାଯାଇଛି। ତେବେ ବୁଧବାର ସନ୍ଧ୍ୟାରେ ଆଦେଶନାମା ଯାଇଥିବାରୁ ସବୁ ସ୍କୁଲ ଶିକ୍ଷକ ଜାଣି ପାରିବେ କି ନଁା ଜଣାପଡୁନି। ତେବେ ଶିକ୍ଷା ବିଭାଗ ତରଫରୁ ଏଥିପାଇଁ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି । ଜିଲାରେ ପ୍ରାୟ ୫ ଦିନ ହେବ ୪୦ ଡିଗ୍ରୀ ତାପମାତ୍ରା ରହୁଛି। ଏକାଧିକ ସ୍ଥାନରେ ୪୧ ଡିଗ୍ରୀ ତାପମାତ୍ରା ରହୁଛି । ଏଭଳିସ୍ଥଳେ ସ୍କୁଲରୁ ଛାତ୍ରୀଛାତ୍ର ପୂର୍ବାହ୍ନ ସାଢ଼େ ୧୧ଟାରେ ଫେରିବା ବେଳେ ହଇରାଣ ହେଉଥିଲେ। ଏଥିପାଇଁ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ ପାଇଁ ବୁଧବାର ସ୍ମାରକପତ୍ର ପ୍ରଦାନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri