କାଠଯୋଡିରୁ ଉଦ୍ଧାର ହେଲେ ମା’ ଝିଅ

କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ନିକଟସ୍ଥ ସୁଭାସ ଚନ୍ଦ୍ର ବୋଷ ବ୍ରିଜ୍‌ରୁ ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଆମତ୍ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିଛନ୍ତି। ନଦୀରୁ ଉଦ୍ଧାର ହୋଇଥିବା ୨ଜଣ ସମ୍ପର୍କରେ ମା’ ଓ ଝିଅ ଅଟନ୍ତି। ସେମାନେ ଭୁବନେଶ୍ୱର ଭିଏସ୍‌ଏସ୍‌ନଗରରେ ରହୁନ୍ତି। ପାରିବାରିକ କଳହକୁ କେନ୍ଦ୍ର କରି ଉଭୟ ଆତ୍ମହତ୍ୟା ଉଦ୍ୟମ କରିଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି ବୋଲି ପୋଲିସ ସୂୂଚନା ଦେଇଛି।
ପ୍ରତ୍ୟକ୍ଷଦର୍ଶୀ ଡାକ୍ତର ପ୍ରଜତ କୁମାର ନାଥଙ୍କ କହିବା ଅନୁସାରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଜଣେ ବନ୍ଧୁଙ୍କ ସହ ସେ କଟକରୁ ବାରଙ୍ଗ ଯାଉଥିବାବେଳେ ବ୍ରିଜ୍‌ ଉପରୁ ପ୍ରଥମେ ଜଣେ ମହିଳା ନଦୀକୁ ଡେଇଁବାର ଦେଖିଥିଲେ। ଏହାଦେଖି ସେ ଗାଡ଼ି ଅଟକାଇବାରୁ ସେଠାରେ ଉପସ୍ଥିତ ଅନ୍ୟ ଜଣେ ଯୁବତୀ ମଧ୍ୟ ନଦୀକୁ ଡେଇଁ ପଡ଼ିଥିଲେ। ଡାକ୍ତର ନାଥ ସଙ୍ଗେ ସଙ୍ଗେ ପୋଲିସ ହେଲ୍‌ ଲାଇନକୁ ଫୋନ କରିବା ସହ ସେହି ବାଟ ଦେଇ ଯାଉଥିବା ଅନ୍ୟମାନଙ୍କୁ ଅଗ୍ନିଶମ ବାହିନୀକୁ ଖବର ଦେବାକୁ କହିଥିଲେ। ଖବରପାଇ ବାରଙ୍ଗ ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରାୟ ୨ଘଣ୍ଟାର ଖୋଜାଖୋଜି ପରେ ନଦୀ ମଧ୍ୟରେ ଥିବା ଏକ ଖରି(ବୁଦା) ନିକଟରୁ ଉଭୟ ମା’ଝିଅଙ୍କୁ ଉଦ୍ଧାର କରାଯାଇଥିଲା। ପରେ ସେମାନଙ୍କୁ ବାରଙ୍ଗ ଥାନାକୁ ଆଣି ପଚରାଉଚରା କରିବା ପରେ ପୋଲିସ ଛାଡ଼ି ଦେଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ବ୍ରିଜ୍‌ ଉପରେ ସେଲ୍‌ଫି ନେବାବେଳେ ଅସାବଧାନତା ବଶତଃ ତଳେ ପଡ଼ିଯିବା ପରେ ଝିଅ ରକ୍ଷା କରିବାକୁ ଯାଇ ନଦୀକୁ ଡେଇଁପଡ଼ିଥିଲେ ବୋଲି ଉଦ୍ଧାର ହୋଇଥିବା ମହିଳା ଜଣକ କହିଛନ୍ତି। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?