୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି, ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି ସ୍ବାମୀ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ ଖବର ମିଳୁନି। ପୋଲିସ ମାମଲା (ନଂ.୨୧/୨୦୨୨) ରୁଜୁ କରି ଚୁପ୍‌ ବସିଥିବାବେଳେ ସ୍ବାମୀ ପ୍ରଭାତ ନାୟକ ଚାରିଆଡେ ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି। କାର୍ଗିଲ ବସ୍ତିରେ ରହୁଥିବା ଗୌରୀ ନାମ୍ନୀ ଯୁବତୀ ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ କେଉଁଆଡେ ନେଇଯାଇଥିବା ପ୍ରଭାତ ସନ୍ଦେହ କରୁଛନ୍ତି।

ସୂଚନା ଅନୁଯାୟୀ, ପ୍ରଭାତଙ୍କ ଘର ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜୀଲୀବା ଗ୍ରାମରେ। ସେ ହାଇଦ୍ରାବାଦରେ ରହି କାମ କରୁଥିବାବେଳେ ତାଙ୍କ ସ୍ତ୍ରୀ ଭୁବନେଶ୍ୱର ବଢ଼େଇବାଙ୍କରେ ରହି କାମ କରୁଥିଲେ। ପ୍ରଭାତ ଅକ୍ଟୋବରରେ ହାଇଦ୍ରାବାଦରୁ ଭୁବନେଶ୍ୱରସ୍ଥିତ ଘରକୁ ଆସିଥିଲେ। ଅକ୍ଟୋବର ୧୨ ସକାଳ ୮ଟା ୩୦ରେ ସେ ବାଥ୍‌ରୁମରେ ଗାଧୋଇ ବାହାରିବା ପରେ ସ୍ତ୍ରୀ ଓ ପୁଅଙ୍କୁ ଘରେ ନ ଥିବା ଦେଖିବାକୁ ପାଇଥିଲେ। ସମ୍ପୃକ୍ତ ଯୁବତୀଙ୍କୁ ପୋଲିସ ତଦନ୍ତ ପରିସରଭୁକ୍ତ କରି ନିଖୋଜ ସ୍ତ୍ରୀ ଓ ପୁଅଙ୍କୁ ଉଦ୍ଧାର କରିବାକୁ ସେ ପୋଲିସ କମିଶନରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri