୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି, ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି ସ୍ବାମୀ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ ଖବର ମିଳୁନି। ପୋଲିସ ମାମଲା (ନଂ.୨୧/୨୦୨୨) ରୁଜୁ କରି ଚୁପ୍‌ ବସିଥିବାବେଳେ ସ୍ବାମୀ ପ୍ରଭାତ ନାୟକ ଚାରିଆଡେ ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି। କାର୍ଗିଲ ବସ୍ତିରେ ରହୁଥିବା ଗୌରୀ ନାମ୍ନୀ ଯୁବତୀ ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ କେଉଁଆଡେ ନେଇଯାଇଥିବା ପ୍ରଭାତ ସନ୍ଦେହ କରୁଛନ୍ତି।

ସୂଚନା ଅନୁଯାୟୀ, ପ୍ରଭାତଙ୍କ ଘର ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜୀଲୀବା ଗ୍ରାମରେ। ସେ ହାଇଦ୍ରାବାଦରେ ରହି କାମ କରୁଥିବାବେଳେ ତାଙ୍କ ସ୍ତ୍ରୀ ଭୁବନେଶ୍ୱର ବଢ଼େଇବାଙ୍କରେ ରହି କାମ କରୁଥିଲେ। ପ୍ରଭାତ ଅକ୍ଟୋବରରେ ହାଇଦ୍ରାବାଦରୁ ଭୁବନେଶ୍ୱରସ୍ଥିତ ଘରକୁ ଆସିଥିଲେ। ଅକ୍ଟୋବର ୧୨ ସକାଳ ୮ଟା ୩୦ରେ ସେ ବାଥ୍‌ରୁମରେ ଗାଧୋଇ ବାହାରିବା ପରେ ସ୍ତ୍ରୀ ଓ ପୁଅଙ୍କୁ ଘରେ ନ ଥିବା ଦେଖିବାକୁ ପାଇଥିଲେ। ସମ୍ପୃକ୍ତ ଯୁବତୀଙ୍କୁ ପୋଲିସ ତଦନ୍ତ ପରିସରଭୁକ୍ତ କରି ନିଖୋଜ ସ୍ତ୍ରୀ ଓ ପୁଅଙ୍କୁ ଉଦ୍ଧାର କରିବାକୁ ସେ ପୋଲିସ କମିଶନରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri