ଏକାସାଙ୍ଗରେ ଚାଲିଗଲେ ମା’-ପୁଅ

ସମ୍ବଲପୁର/ଜମନକିରା,୨୪ା୨: ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ ବଞ୍ଜିପାଲି ସେକ୍ସନ ଆଖଡ଼ାଦାଣ୍ଡ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ରୀନା ମୁଣ୍ଡା (୪୧) ଓ ପୁଅ ସାହିଲ ମୁଣ୍ଡା(୧୫)। ବାପା ସୁଶାନ୍ତ ମୁଣ୍ଡା ଗୁରୁତର ହୋଇ ବୁର୍ଲା ଭିମ୍‌ସାରରେ ଚିକିତ୍ସିତ ହେଉଛନ୍ତି। ଶ୍ରମିକମାନେ କ୍ୟାମ୍ପରେ ଶୋଇଥିବା ବେଳେ ଏକ ହାତୀ କ୍ୟାମ୍ପକୁ ଭାଙ୍ଗି ପରିବାର ସଦସ୍ୟଙ୍କୁ ଦଳଦେଇଥିଲା। ଘଟଣାସ୍ଥଳରେ ମା’-ପୁଅଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଜମନକିରା ରେଞ୍ଜର ଲକ୍ଷ୍ମୀନାରାୟଣ ନାୟକ, ଫରେଷ୍ଟର ଟିକନ ଚୌଧୁରୀ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। କୁଚିଣ୍ଡା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ସମ୍ପର୍କିୟଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷେ ଜଙ୍ଗଲ ଭିତରେ ବେଆଇନ ଭାବେ ଇଟାଭାଟି ଚାଲୁଥିବା ବେଳେ ବନ କର୍ମଚାରୀ କିପରି ଜାଣିପାରୁ ନ ଥିଲେ ବୋଲି ସ୍ଥାନୀୟ ଲୋକେ ପ୍ରଶ୍ନ କରିଛନ୍ତି। ରେଙ୍ଗାଲି ରେଞ୍ଜର ହରିହର ପାତ୍ର କହିଛନ୍ତି, ସରକାରଙ୍କ ନିୟମ ଅନୁସାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ। ୨୪ ଘଣ୍ଟା ଭିତରେ ୨୦ ପ୍ରତିଶତ ଅର୍ଥରାଶି ପ୍ରଦାନ କରାଯିବ। ଆହତଙ୍କୁ ବିଭାଗ ପକ୍ଷରୁ ଚିକିତ୍ସା ବ୍ୟବସ୍ଥା କରାଯିବ। ବନ କର୍ମଚାରୀ ଦନ୍ତା ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri