ସ୍ବାମୀଙ୍କ ଶେଷ ଦର୍ଶନ ପାଇଁ ସୁଯୋଗ ଦେଲେନି ଶାଶୁଘର ଲୋକେ, ଏସ୍‌ପିଙ୍କୁ ଗୁହାରି ଜଣାଇ ହତ୍ୟାକାରୀଙ୍କୁ ଗିରଫ ଦାବି କଲେ ସ୍ତ୍ରୀ

ଭବାନୀପାଟଣା,୭।୯(ଡି.ଏନ୍‌.ଏ.): ସ୍ବାମୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ବାତୁଲା ଗଙ୍ଗାଧର ଦ୍ୱାରସ୍ଥ ହୋଇଛନ୍ତି ଜଣେ ମହିଳା। ଏସ୍‌ପି ମହିଳାଙ୍କ ଅଭିଯୋଗ ଶୁଣି କେସିଙ୍ଗା ଥାନାକୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କେସିଙ୍ଗା ଥାନା ଆଇଆଇସି ମାମଲା ରୁଜୁ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ନର୍ଲା ବ୍ଲକ ଅଧୀନସ୍ଥ ତୁଳାପଡା ଗ୍ରାମର ଜଗଦୀଶ ନାୟକଙ୍କ ଝିଅ ପ୍ରିୟଙ୍କା (୨୩) ଗତ ୨୦୧୯ ଅପ୍ରେଲ ୪ ତାରିଖରେ ପଲମ ଫାଣ୍ଡି ଅଧୀନସ୍ଥ ଭୋଇପଡା ଗ୍ରାମର ରୋହିତ ଭୋଇଙ୍କ ବଡ଼ପୁଅ ରମେଶଙ୍କୁ ବିବାହ କରିଥିଲେ। ତେବେ ଗତ ଅଗଷ୍ଟ ୪ ତାରିଖରେ ରମେଶ ନିଜର ସାଙ୍ଗମାନଙ୍କ ସହ ବଙ୍ଗୋମୁଣ୍ଡା ଯାଇଥିଲେ। ପରଦିନ ଘର ପାଖ ନାଳ ନିକଟରେ ରମେଶ ମୁମୂର୍ଷୁ ଅବସ୍ତାରେ ପଡିଥିଲେ। ତାଙ୍କ ମୁଣ୍ଡରେ ଗହୀର ଆଘାତ ଲାଗିଥିଲା। ମାତ୍ର କାହାକୁ କିଛି ନ ଜଣାଇ ତାଙ୍କ କକା ଶ୍ୱଶୁରର ପୁଅ ହେମନ୍ତ, ରମେଶଙ୍କୁ ଭବାନୀପାଟଣା ଓ ପରେ ବିଶାଖାପାଟଣା ନେଇଯାଇଥିଲେ। ସେଠାରେ ଅଗଷ୍ଟ ୧୩ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ପ୍ରିୟଙ୍କା ନିଜ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ମାତ୍ର ମୃତ୍ୟୁପରେ ଶାଶୁଘର ଲୋକ ଥାନାରେ ଅଭିଯୋଗ ନ କରି ମୃତଦେହ ସତ୍କାର କରିଦେଲେ। ଏପରିକି ସ୍ବାମୀଙ୍କୁ ଦେଖିବାକୁ ପ୍ରିୟଙ୍କାଙ୍କୁ ସୁଯୋଗ ମିଳି ନ ଥିଲା। ବୋଲି ସେ ଅଭିଯୋଗ କରିଛନ୍ତି। ଥାନାରେ ଏତଲା ଦେବା ପାଇଁ ଶ୍ୱଶୁର ରୋହିତ ମନା କରିଥିଲେ ବୋଲି ଅଭିଯୋଗ ପତ୍ରରେ ସ୍ପଷ୍ଟ ଉଲ୍ଲେଖ ହୋଇଛି। ତେବେ ଯୋଜନାବଦ୍ଧ ଭାବେ ତାଙ୍କ ସ୍ବାମୀଙ୍କୁ ହତ୍ୟା କରାଯାଇଛି ବୋଲି ସେ ଏସ୍‌ପିଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri