୩ ଛୁଆଙ୍କୁ ଧରି କୂଅକୁ ଡେଇଁଲେ ମା’, ଦୁଇ ମୃତ, ଦୁଇ ଗୁରୁତର

ବ୍ରହ୍ମପୁର,୩ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ କରଡ଼ାକଣା ପଞ୍ଚାୟତ ଲାଉଗୁଡ଼ା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ଜଣେ ମହିଳା ଚରମ ପଦକ୍ଷେପ ନେଇଛନ୍ତି। ନିଜେ ତାଙ୍କର ୩ ଛୁଆଙ୍କୁ ଧରି କୂଅକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ଏଥିରେ ମା’ରଶ୍ମିତା ଗୌଡ଼(୩୨) ଓ ବଡ଼ ଝିଅ ଗୁଞ୍ଜନ(୧୦) ଗୁରୁତର ହୋଇଥିବା ବେଳେ ସାନ ପୁଅ ଆୟୁଷ(୫) ଓ ତାଙ୍କର ୧ ବର୍ଷର ଝିଅ ଆଲିସାଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି।

ଘଟଣାରୁ ପ୍ରକାଶ ଯେ, ୧୨ ବର୍ଷ ତଳେ ଲାଉଗୁଡ଼ା ଗ୍ରାମର ବଳରାମ ଗୌଡ଼ ରଶ୍ମିତାଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇଟି ଝିଅ ଓ ଗୋଟିଏ ପୁଅ ଥିଲେ। ଆର୍ଥିକ ସ୍ଥିତି ଭଲ ନ ଥିବାରୁ ପରିବାରର ଭରଣପୋଷଣ ବଳରାମଙ୍କ ପାଇଁ କଷ୍ଟକର ହୋଇପଡ଼ିଥିଲା। ସେ ଦାଦନ ଖଟିବାକୁ ଚେନ୍ନାଇ ଚାଲିଯାଇଥିଲେ। ଏହାସତ୍ତ୍ୱେ ସେମାନଙ୍କ ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ହୋଇପାରି ନ ଥିଲା। ଯାହାକୁ ନେଇ ଘରୋଇ ଅଶାନ୍ତି ଲାଗି ରହିଥିଲା। ସେପଟେ ବଳରାମ ଚେନ୍ନାଇରେ ରହୁଥିବା ବେଳେ ରବିବାର ବିଳମ୍ବିତ ରାତିରେ ରଶ୍ମିତା ତାଙ୍କର ଦୁଇ ଝିଅ ଓ ପୁଅକୁ ନେଇ ଘର ନିକଟରେ ଥିବା ଏକ କୂଅକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଶବ୍ଦ ଶୁଣି ସାହି ଲୋକମାନେ ଉକ୍ତ କୂଅ ନିକଟରେ ପହଞ୍ଚି ରଶ୍ମିତା ଓ ତାଙ୍କର ବଡ଼ ଝିଅ ଗୁଞ୍ଜନଙ୍କୁ କୂଅରୁ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅନ୍ୟପଟେ ରଶ୍ମିତାଙ୍କ ସାନ ଝିଅ ଓ ପୁଅ ପାଣି ଭିତରେ ବୁଡ଼ିଯାଇଥିବାରୁ ତାଙ୍କୁ ଉଦ୍ଧାର କରିପାରି ନ ଥିଲେ। ପରେ ଲୋକମାନେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ ବିପ୍ରଚରଣ ପ୍ରଧାନ ଓ ତାଙ୍କ ଟିମ୍‌ ସୋମବାର ସକାଳେ ପହଞ୍ଚି କୂଅ ଭିତରୁ ମୃତ ଆୟୁଷ ଓ ଆଲିସାଙ୍କୁ ଉଦ୍ଧାର କରିଥିଲେ। ପରେ ସ୍ଥାନୀୟ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?