ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି ନିମାପଡ଼ା ଛକର ସ୍ବର୍ଗତ ମହେଶ୍ୱର ବେହେରାଙ୍କ ଝିଅ ଇପ୍‌ସିତା ବେହେରା(୨୬)। ସେ ନିମାପଡ଼ା ଥାନା ଅନ୍ତର୍ଗତ ଯୁଆଲୋ ଗ୍ରାମର ରଶ୍ମିରଞ୍ଜନ ବେହେରାଙ୍କୁ ବିବାହ କରିଥିଲେ। ବୁଧବାର ଅପରାହ୍ନରେ ଇପ୍‌ସିତା ଏକ ଅଟୋରେ ଆସି ଜଗନ୍ନାଥପୁରଠାରେ ଓହ୍ଲାଇଥିଲେ। ୩ ବର୍ଷର ପୁଅକୁ ସାଙ୍ଗରେ ଆଣି ଏକ ଜଳଖିଆ ଦୋକାନରେ ଖାଇବାକୁ ଦେଲେ। ପରେ ଚାଲିଚାଲି ଭାର୍ଗବୀ ନଦୀର ବ୍ରିଜ୍‌ ଉପରକୁ ଯାଇ ପୁଅକୁ ଧରି ନଦୀକୁ ଡେଇଁ ପଡ଼ିଲେ। ନଦୀକୁ ଡେଇଁବା ସମୟରେ ଜଣେ ସ୍ଥାନୀୟ ଯୁବକ ଦେଖି ଡାକ ପକାଇଥିଲେ।

ଯୁବକ ଜଣକ କହିବାନୁଯାୟୀ, ମହିଳା ଏବଂ ପୁଅ ତିନି /ଚାରି ଥର ବୁଡ଼ିଛନ୍ତି ଉଠିଛନ୍ତି। ତା’ ପରେ ଆଉ ସେମାନଙ୍କର ପତ୍ତା ମିଳି ନ ଥିଲା। ଖବର ପାଇ ପିପିଲି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀରେ ଖୋଜାଖୋଜି ଆରମ୍ଭ କରିଥିଲେ। ତେବେ ମା, ପୁଅଙ୍କ ମୃତଦେହ ସୁନାପଦାଠାରେ ନଦୀକୂଳରେ ଭାସି ଯାଉଥିଲେ। ସ୍ଥାନୀୟ ଲୋକେ ତଥା ଶଙ୍କର୍ଷଣ ବେହେରା ଏବଂ ତାଙ୍କ ସହଯୋଗୀ ଉଦ୍ଧାର କରି ନଦୀବନ୍ଧ ଉପରକୁ ଆଣିଥିଲେ। ଖବର ପାଇପିପିଲି ଥାନା ଏସ୍‌ଆଇ ମମତା ବିଶ୍ୱାଳ ଏବଂ ଏଏସ୍‌ଆଇ ସୁମନ୍ତ ସାହୁ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛନ୍ତି।
ଇପ୍‌ସିତା ତାଙ୍କ ଭିଣୋଇ ରଶ୍ମିରଞ୍ଜନ ବେହେରାଙ୍କୁ ବିବାହ କରିଥିଲେ। ତେବେ କେଉଁ ପରିସ୍ଥିତିରେ, କାହିଁକି ସ୍ବାମୀଙ୍କ ଘରୁ ଆସି ନଦୀକୁ ଡେଇଁ ଆତ୍ମହତ୍ୟା କଲେ ଏନେଇ ପୋଲିସ ତଦନ୍ତ ଜାରି ରଖିଛି। ମୃତଦେହ ଦୁଇଟିର ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri