ମଝି ରାସ୍ତାରେ ଆମ୍ବୁଲାନ୍ସରୁ ଡେଇଁଲେ ରୋଗୀଙ୍କ ମା’, ପୂରା ଘଟଣା ଜାଣିଲେ…

ଭଦ୍ରକ ଅଫିସ,୧।୩: କଟକ ବଡ଼ ମେଡିକାଲ ବଦଳରେ ବାଲେଶ୍ୱର ନେଉଥିବାରୁ ୧୦୮ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ ରୋଗୀଙ୍କ ମା’। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲାରେ। ଭଦ୍ରକ ଗ୍ରାମାଞ୍ଚଳ ଥାନା ରମ୍ଭିଳା ଅଞ୍ଚଳର ଗୀତାରାଣୀ ବାରିକଙ୍କ ପୁଅ ଗଛରୁ ଖସିପଡିଥିଲେ । ପରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ମାତ୍ର ଆମ୍ବୁଲାନ୍ସ ସେମାନଙ୍କୁ ୧୬ ନଂ ଜାତୀୟ ରାଜପଥରେ କଟକ ଅଭିମୁଖେ ନେବା ବଦଳରେ ବାଲେଶ୍ୱର ଅଭିମୁଖେ ନେଇଥିଲା। ପ୍ରତିବାଦ ସତ୍ତ୍ୱେ ଆମ୍ବୁଲାନ୍ସକୁ ରଖି ନ ଥିଲେ ପଚାରିବା ସତ୍ତ୍ୱେ କୌଣସି ଉତ୍ତର ମିଳି ନଥିଲା। ଶେଷରେ କୌଣସି ଉପାୟ ନ ପାଇ ଆମ୍ବୁଲାନ୍ସ ଝରକାରେ ଚିତ୍କାର କରିଥିଲେ ମା’ ଗୀତାରାଣୀ । ସ୍ଥାନୀୟଲୋକେ ଆମ୍ବୁଲାନ୍ସକୁ ପିଛା କରି ଚରମ୍ପାସ୍ଥିତ କେନାଲ ଛକ ନିକଟରେ ଅଟକାଇଥିଲେ । ସେହି ସମୟରେ ରୋଗୀଙ୍କ ମା’ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ । ଲୋକେ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖି ଭଦ୍ରକ ଟାଉନ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖି ତଦନ୍ତ ଚଳାଇଥିବା ବୋଳେ ଅନ୍ୟ ଏକ ଆମ୍ବୁଲାନ୍ସ ସାହାଯ୍ୟରେ ରୋଗୀଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ଗୀତାରାଣୀ ଥାନାରେ ଅପହରଣର ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri