ମଝି ରାସ୍ତାରେ ଆମ୍ବୁଲାନ୍ସରୁ ଡେଇଁଲେ ରୋଗୀଙ୍କ ମା’, ପୂରା ଘଟଣା ଜାଣିଲେ…

ଭଦ୍ରକ ଅଫିସ,୧।୩: କଟକ ବଡ଼ ମେଡିକାଲ ବଦଳରେ ବାଲେଶ୍ୱର ନେଉଥିବାରୁ ୧୦୮ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ ରୋଗୀଙ୍କ ମା’। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲାରେ। ଭଦ୍ରକ ଗ୍ରାମାଞ୍ଚଳ ଥାନା ରମ୍ଭିଳା ଅଞ୍ଚଳର ଗୀତାରାଣୀ ବାରିକଙ୍କ ପୁଅ ଗଛରୁ ଖସିପଡିଥିଲେ । ପରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ମାତ୍ର ଆମ୍ବୁଲାନ୍ସ ସେମାନଙ୍କୁ ୧୬ ନଂ ଜାତୀୟ ରାଜପଥରେ କଟକ ଅଭିମୁଖେ ନେବା ବଦଳରେ ବାଲେଶ୍ୱର ଅଭିମୁଖେ ନେଇଥିଲା। ପ୍ରତିବାଦ ସତ୍ତ୍ୱେ ଆମ୍ବୁଲାନ୍ସକୁ ରଖି ନ ଥିଲେ ପଚାରିବା ସତ୍ତ୍ୱେ କୌଣସି ଉତ୍ତର ମିଳି ନଥିଲା। ଶେଷରେ କୌଣସି ଉପାୟ ନ ପାଇ ଆମ୍ବୁଲାନ୍ସ ଝରକାରେ ଚିତ୍କାର କରିଥିଲେ ମା’ ଗୀତାରାଣୀ । ସ୍ଥାନୀୟଲୋକେ ଆମ୍ବୁଲାନ୍ସକୁ ପିଛା କରି ଚରମ୍ପାସ୍ଥିତ କେନାଲ ଛକ ନିକଟରେ ଅଟକାଇଥିଲେ । ସେହି ସମୟରେ ରୋଗୀଙ୍କ ମା’ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ । ଲୋକେ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖି ଭଦ୍ରକ ଟାଉନ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖି ତଦନ୍ତ ଚଳାଇଥିବା ବୋଳେ ଅନ୍ୟ ଏକ ଆମ୍ବୁଲାନ୍ସ ସାହାଯ୍ୟରେ ରୋଗୀଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ଗୀତାରାଣୀ ଥାନାରେ ଅପହରଣର ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଚିନିକୁ ନେଇ ସରକାର ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି…

ନୂଆଦିଲ୍ଲୀ, ୨୧ା୮ (ପି.ଟି.):ପାର୍ବଣ ଋତୁ ପୂର୍ବରୁ ବଜାରରେ ଚିନି ଦର ବୃଦ୍ଧି ଓ ଯୋଗାଣ ହ୍ରାସକୁ ରୋକିବା ପାଇଁ କେନ୍ଦ୍ର ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri