Posted inଫୁରସତ

ଷ୍ଟେଜ୍‌ ଉପରେ କନ୍ୟାଙ୍କୁ ବରମାଳା ପିନ୍ଧାଇବା ବେଳେ ପହଞ୍ଚିଲେ ମା’, ଚପଲ କାଢ଼ି ପୁଅଙ୍କୁ ସେକିଲେ; କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ: ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବିବାହ ସମୟ ବହୁତ ଖାସ୍‌ ହୋଇଥାଏ। ଏହି ଦିନଟି ପାଇଁ ଅନେକ କିଛି ଭାବିଥାନ୍ତି ସେ। ହେଲେ ମା’ଙ୍କୁ ପସନ୍ଦ ନ ଥିବା ସତ୍ତ୍ୱେ ବିବାହ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ବିବାହ ଦିନ ଷ୍ଟେଜ ଉପରେ ସେ ବଧୂଙ୍କୁ ବରମାଳା ପିନ୍ଧାଇବା ସମୟରେ ମା’ ପହଞ୍ଚିଯାଇ ଚପଲରେ ତାଙ୍କୁ ବାଡାଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ହମିରପୁର ଅଞ୍ଚଳରେ। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ବିବାହ ଉତ୍ସବ ଦେଖିବାକୁ ମିଳୁଛି। ବରମାଳା କାର୍ଯ୍ୟକ୍ରମ ପରେ ଜଣେ ମହିଳା ଷ୍ଟେଜ୍‌ ଉପରକୁ ଚଢ଼ି ବରଙ୍କୁ ଜୋତାରେ ପିଟିବାରେ ଲାଗିଛନ୍ତି।

କୁହାଯାଉଛି, ବରଙ୍କ ମା’ ବିବାହକୁ ନେଇ ଖୁସି ନ ଥିଲେ। କାରଣ ପୁଅ ଅନ୍ୟଜାତିର ଝିଅଙ୍କୁ ବିବାହ କରୁଥିଲେ। ପୂର୍ବରୁ ଯୁବତୀଙ୍କ ସହ ପୁଅ କୋର୍ଟରେ ବିବାହ କରିଥିବାରୁ ଏହାକୁ ରୋକିବା ସମ୍ଭବ ନ ଥିଲା। ଝିଅର ବାପା ତାଙ୍କ ପଟରେ ଥିବା ରୀତିନୀତି ଅନୁଯାୟୀ ଆଉ ଥରେ ବିବାହ କରାଇବାକୁ ନିଷ୍ପତ୍ତି ନେଇଥିଲେ। ବିବାହକୁ ପୁଅଘରର ଲୋକମାନଙ୍କୁ ନିମନ୍ତ୍ରଣ ଦିଆଯାଇଥିଲା। ତାହା ହେଉଥିଲା। ମାତ୍ର ହଠାତ ପୁଅଙ୍କ ମା’ ମଣ୍ଡପରେ ପହଞ୍ଚି କଟୁ କଥା କହିବା ସହ ଚପଲରେ ତାଙ୍କୁ ପିଟିଥିଲେ। ଏହା ଅନ୍ୟମାନଙ୍କୁ ଚକିତ କରିଦେଇଥିଲା। ଘଟଣାଟି ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri