ପୁଅର ଠେଙ୍ଗା ମାଡରେ ମା’ର ଜୀବନ ଗଲା

ଭଞ୍ଜନଗର୮।୧୦(ଡି.ଏନ.ଏ.): ପୁଅର ଠେଙ୍ଗା ମାଡରେ ମା’ ମୃତ। ଗଞ୍ଜାମ ଜଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗଜାପଦର ଗ୍ରାମରେ ଶୁକ୍ରବାର ରାତିରେ ଏଭଳି ଏକ ଅଘଟଣ ଘଟିଛି। ମୃତ ମହିଳା ଜଣଙ୍କ ତ୍ରିବେଣୀ ନାୟକ (୬୫) । ଖବରପାଇ ଭଞ୍ଜନଗର ପୋଲିସ ଶନିବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଥିବା ଜଣାପଡିଛି। ଅନ୍ୟପଟେ, ଅଭିଯୁକ୍ତ ପୁତ୍ର ସନା ନାୟକ ଙ୍କୁ ପୋଲିସ ଗିରଫ କରିଛି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଅଭିଯୁକ୍ତ ସନା ନିଶାଗ୍ରସ୍ତ ଅବସ୍ଥାରେ ଗତକାଲି ରାତିରେ ମା’ଙ୍କ ସହ ଝଗଡ଼ା କରିଥିଲା। ଏହାପରେ ମା’ଙ୍କୁ ଏକ ଠେଙ୍ଗା ସହାୟତାରେ ପିଟିପିଟି ହତ୍ୟା କରିଥିଲା। ଏନେଇ ଗ୍ରାମବାସୀ ଜାଣିବା ପରେ ତ୍ରିବେଣୀଙ୍କୁ ଚିକିତ୍ସା ପାଇଁ ମେଡିକାଲକୁ ନେବାକୁ ଚାହିଁଥିଲେ। ହେଲେ ସନା ଘର ସମ୍ମୁଖରେ ରହି ଯିଏ ଆସିବ ତାଙ୍କୁ ମଧ୍ୟ ଆକ୍ରମଣ କରିବି ବୋଲି ଧମକ ଦେଇଥିଲେ। ଏହାପରେ ଗ୍ରାମବାସୀ ପୋଲିସ ସହ ଯୋଗାଯୋଗ କରିବାରେ ବିଫଳ ହୋଇଥିଲେ। ଶନିବାର ସକାଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?