ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ସନ୍ୟାସୀପାଲି ଗ୍ରାମର ଦୀନବନ୍ଧୁ ମାଝି (୫୦)। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ଖବରପାଇ ମାଜିଷ୍ଟ୍ରେଟ୍‌ ଅତିରିକ୍ତ ତହସିଲଦାର ଜେ. କେର୍କେଟା, କୋଲାବିରା ଥାନା ଆଇଆଇସି ସୁକୁମାର ତ୍ରିପାଠୀ, ଏଏସ୍‌ଆଇ ପ୍ରହ୍ଲାଦ ପ୍ରଧାନ ପ୍ରମୁଖ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ା କ୍ଷତିପୂରଣ ବାବଦକୁ ଜିଲା ରେଡ୍‌କ୍ରସ୍‌ ପାଣ୍ଠିରୁ ୧୦ହଜାର ଟଙ୍କା ପ୍ରଦାନ ପାଇଁ ମାଜିଷ୍ଟ୍ରେଟ୍‌ ପ୍ରତିଶ୍ରୁତି ଦେଇଥିଲେ। ଏହା ବାଦ୍‌ ଅଧିକ କ୍ଷତିପୂରଣ ପାଇଁ ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କର ମାଲିକଙ୍କ ସହିତ ଆଲୋଚନା କରିବାକୁ କହିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ମୃତକଙ୍କ ପୁଅ ଦୀପକ କୋଲାବିରା ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ କେସ୍‌ (ନଂ୭୪/୨୧)ରେ ମାମଲା ରୁଜୁ କରିଛି। ଦୁର୍ଘଟଣା ଗ୍ରସ୍ତ ଓଆର୍‌୦୨ବିଜି-୫୮୧୯ ତେଲ ଟ୍ୟାଙ୍କର ଓ ଓଡି୨୩-୩୨୧୨ନଂ ବାଇକ୍‌କୁ ପୋଲିସ ଜବତ କରିଛି। ଦୀନବନ୍ଧୁ ଗାଁରୁ ସନ୍ୟାସୀପାଲି ଛକକୁ ଆସୁଥିବା ବେଳେ କୁଚିଣ୍ଡାରୁ କୋଲାବିରା ଯାଉଥିବା ଖାଲି ତେଲ ଟ୍ୟାଙ୍କର ବାଇକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ୟାଙ୍କର ଚାଳକ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri