Posted inଫୁରସତ

ମାନବ ସଭ୍ୟତାର ମୂକସାକ୍ଷୀ ପର୍ବତ

ମାନବ ସଭ୍ୟତାର ମୂକସାକ୍ଷୀ ଭାବେ ପର୍ବତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ପର୍ବତ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଡିସେମ୍ବର ୧୧ରେ ଅନ୍ତର୍ଜାତୀୟ ପର୍ବତ ଦିବସ ପାଳନ କରାଯାଇଥାଏ। ମାଉଣ୍ଟେନ ଡେ ୨୦୦୩ରେ ଜାତିସଂଘ ସାଧାରଣ ସଭା ଦ୍ୱାରା ପର୍ବତରେ ସ୍ଥାୟୀ ବିକାଶକୁ ଉତ୍ସାହିତ କରିବା ପାଇଁ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସାଧାରଣ ସଭା ନିରନ୍ତର ପର୍ବତ ବିକାଶର ମହତ୍ତ୍ୱକୁ ହୃଦୟଙ୍ଗମ କରି ଏହି ଦିବସ ପାଳନ ଅବସରରେ ସମସ୍ତ ସ୍ତରରେ ଇଭେଣ୍ଟ ଆୟୋଜନ କରିବାକୁ ଅନ୍ତର୍ଜାତୀୟ ସମୁଦାୟକୁ ଉତ୍ସାହିତ କରିଥିଲା। ୧୮୩୮ ମସିହା ଅଗଷ୍ଟ ୧୧ରେ ପ୍ରଥମେ ପର୍ବତ ଦିବସ ପାଳନ ଆରମ୍ଭ ହୋଇଥିଲା। ମାଉଣ୍ଟ ହୋଲିଓକ କଲେଜର ଛାତ୍ରୀଛାତ୍ରମାନେ ହୋଲିଓକ ପର୍ବତ ଅଭିମୁଖେ ଯାତ୍ରା କରିଥିଲେ। ସ୍ମିଥ୍‌ କଲେଜ ୧୮୭୭ରେ ଏହାର ପର୍ବତ ଦିବସ ଘୋଷଣା କରିଥିଲା। ଜୁନିଟା କଲେଜ ୧୮୯୬ରେ ଏହାର ପର୍ବତ ଦିବସ ପ୍ରତିଷ୍ଠା କରିଥିଲା। ସେହିପରି ୱିଲିୟମ୍ସ କଲେଜ ଛାତ୍ରମାନେ ୧୮୦୦ ଦଶକରୁ ପର୍ବତ ପାଳନ କରିବା ପାଇଁ ମାସାଚ୍ୟୁସେଟ୍ସର ସର୍ବୋଚ୍ଚ ପର୍ବତ ଗ୍ରେଲକ ଉପରକୁ ଚଢ଼ିଥିଲେ। କଲବି-ସାୱେର୍‌ କଲେଜର ପର୍ବତ ଦିବସ ୧୮୫୦ ଦଶକରେ ଆରମ୍ଭ ହୋଇଥିଲା। ଏହି ଦିବସ ପାଳନ ଅବସରରେ ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥାଏ। ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟିର ଉଦ୍ୟମ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?