ମଦ ବିରୋଧରେ ଆନ୍ଦୋଳନ ତେଜିଲା

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଶତାଧିକ ମହିଳା ଏକାଠି ହୋଇ ପ୍ରତିବାଦ କରିଛନ୍ତି। ସରକାରୀ ଲାଇସେନ୍ସପ୍ରାପ୍ତ ଓ ଚୋରାମଦ ବିକ୍ରିକୁ ବିରୋଧ କରିଛନ୍ତି। ମଦ ଯୋଗୁ ଗ୍ରାମରେ ତଥା ପରିବାରରେ ଅଶାନ୍ତି ବଢୁଛି ା ଘରେ ସ୍ବାମୀ ଓ ସ୍ତ୍ରୀ ପାଇଁ କଳିଗୋଳ ଓ ମାରପିଟ୍‌ ହେଉଛି। ଝିଅବୋହୂ ପଦାକୁ ବାହାରିପାରୁ ନ ଥିବା ବେଳେ ଅପରାଧ ବଢୁଛି ବୋଲି କହିଛନ୍ତି। ଏଣୁ ଏହାର ପ୍ରତିବାଦରେ ଆଜି ମହିଳାମାନେ ବରୁଡିପଶି ଗ୍ରାମରୁ ପ୍ଲାକାର୍ଡ ଧରି ଏବଂ ମଦ ବିରୋଧରେ ସ୍ଲୋଗାନ ଦେଇ ଏକ ଶୋଭାଯାତ୍ରାରେ ବାହାରି ପଦ୍ମକେଶରପୁର, ପଦ୍ମପୁର, କୋଡଖମଣ, ଯମୁନାପଶି, ଗୋଡ଼ିପୋଖରୀ ଗ୍ରାମ ଆଦି ପରିକ୍ରମା କରି ଲୋକଙ୍କୁ ସଚେତନ କରିଥିଲେ। ପଞ୍ଚାୟତରେ ମଦ ବିକ୍ରି ବନ୍ଦ ପାଇଁ ସ୍ଥାନୀୟ ସରପଞ୍ଚ ଶଶିଭୂଷଣ ନାଏକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଯମୁନାପଶି ହାଟପଡ଼ିଆରେ ଏକ ମଦ ବିରୋଧରେ ସଭା ଆୟୋଜନ ହୋଇଥିଲା। ସଭାରେ ଅଲ୍‌ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନର ଦ୍ରୌପଦୀ ମହାନ୍ତ ଓ ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୂର ସଂଗଠନର ପ୍ରକାଶ ମଲ୍ଲିକ ଉଦ୍‌ବୋଧନ ଦେଇ ମଦ ଦ୍ୱାରା ସମାଜରେ କୁସଂସ୍କାର ଓ ଅସାମାଜିକ କାମ ବଢୁଥିବାରୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ଦାବି କରିବା ସହ ଏହି ଆନ୍ଦୋଳନରେ ସାମିଲ ହେବାକୁ ଆହ୍ବାନ କରିଥିଲେ। ଓ୍ବାର୍ଡମେମ୍ବର ତେଜସ୍ବିନୀ ନାଏକ, ଆରତି ନାଏକ, ସବିତା ମହାକୁଡ, ଲକ୍ଷ୍ମୀପ୍ରିୟା ନାଏକ, ହୀରାମଣି ନାଏକ, ମଞ୍ଜୁଲତା ମହାନ୍ତଙ୍କ ନେତୃତ୍ୱରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ମଦ ବନ୍ଦ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri