ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଆନ୍ଦୋଳନ ତେଜିଲା

ବରଗଡ଼,୧୫ା୬(ପ୍ରେମାନନ୍ଦ ଖମାରୀ): ଗୋଟିଏ ପଟେ ତାତି ଥମୁନି, ଅନ୍ୟପଟେ ଅଘୋଷିତ ବିଦ୍ୟୁତ୍‌ କାଟ। ଏଭଳି ସ୍ଥିତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ମଧ୍ୟ ବଢ଼ି ଚାଲିଛି। ଏନେଇ ଗୁରୁବାର ବରଗଡ଼ ଗାନ୍ଧିଛକରେ ଭାଜପା ଧାରଣା ଦେଇ ପ୍ରତିବାଦ କରିଛି। ଟାଟା ପାଓ୍ବାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱ ନେବା ପରେ ବିଦ୍ୟୁତ ବିଭ୍ରାଟ ଚରମସୀମାରେ ପହଞ୍ଚିଥିବା ବେଳେ ରାଜ୍ୟ ସରକାରଙ୍କ ନୀରବତା ବିଡ଼ମ୍ବନାର ବିଷୟ ବୋଲି ଭାଜପା କହିଛି। ସେହିପରି ଟାଟା ପାଓ୍ବାର ରାଜ୍ୟରେ ରହିଥିବା ବିଦ୍ୟୁତ୍‌ ବିଭାଗର ଭିତ୍ତିଭୂମି ମାଗଣାରେ ବ୍ୟବହାର କରି ରାଜ୍ୟବାସୀଙ୍କୁ ସେବା ଯୋଗାଇବାରେ ବିଫଳ ହେବା ଆହୁରି ଦୁର୍ଭାଗ୍ୟଜନକ। ତେଣୁ ଟାଟା ପାଓ୍ବାରର ଏଭଳି ମନମାନି ଏବଂ ଏଥିରେ ରାଜ୍ୟ ସରକାରଙ୍କ ନୀରବତାକୁ ଆଦୌ ବରଦାସ୍ତ କରାଯିବ ନାହିଁ। ଏହାର ତ୍ୱରିତ ସମାଧାନ କରା ନ ଗଲେ ଭାଜପା ଆନ୍ଦୋଳନକୁ ଆହୁରି ତୀବ୍ର କରିବ ବୋଲି ଚେତାବନୀ ଦେଇଛି। ବରଗଡ଼ ଜିଲା ଭାଜପା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ହୋଇଥିବା ଧାରଣାରେ ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀ, ବରିଷ୍ଠ ନେତା ସୁରେଶ୍ବର ଶତପଥୀ, ଅଶୋକ ପଣ୍ଡା, ପ୍ରୀତମ ସିଂ, ରବି ନାରାୟଣ ଦାଶ, ଅବନୀକାନ୍ତ ପଣ୍ଡା, ସୁବ୍ରତ ହୋତାଙ୍କ ସମେତ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା ଏବଂ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri