ନବ ଦାସଙ୍କ ହତ୍ୟା ତଦନ୍ତ ସିବିଆଇକୁ ନ ଦେଲେ ଆନ୍ଦୋଳନ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍ଣ୍ଣ ଭୁଶୁଡ଼ି ପଡ଼ିଛି । ରାଜନୀତିର ହିଂସାକରଣ ଚରମସୀମା ଅତିକ୍ରମ କରିସାରିଛି । ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଅପରାଧୀଙ୍କୁ ବଞ୍ଚାଇବା ସହିତ ସତ୍ୟକୁ ଚାପିଦେବା ପାଇଁ ରାଜ୍ୟବାସୀଙ୍କୁ ମିଛ ଗପ ଶୁଣାଇବାର କାର୍ଯ୍ୟ ରାଜ୍ୟ ସରକାର କରୁଛନ୍ତି। ଅତୀତର କିଛି ସମ୍ବେଦନଶୀଳ ଘଟଣାର ତଦନ୍ତ ଏବଂ ବର୍ତ୍ତମାନ ନବ ଦାସ ହତ୍ୟାକାଣ୍ଡ ପରବର୍ତ୍ତୀ କାର୍ଯ୍ୟକଳାପକୁ ଦେଖିଲେ ପୋଲିସ ବିଭାଗ ନିଜ ବିଶ୍ୱସନୀୟତା ହରାଇଥିବା ସ୍ପଷ୍ଟ ପରିଲକ୍ଷିତ ହେଉଛି। ରାଜ୍ୟ ସରକାର ସତ୍ୟକୁ ପଦାକୁ ଆଣିବା ପାଇଁ ନବ ଦାସ ହତ୍ୟାକାଣ୍ଡ ଘଟଣାର ତଦନ୍ତ ଭାର ଯଥାଶୀଘ୍ର ସିବିଆଇକୁ ଦିଅନ୍ତୁ ବୋଲି ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂ ଦାବି କରିଛନ୍ତି । ଗୁରୁବାର ଭାଜପା ପକ୍ଷରୁ ଭୁବନେଶ୍ୱର କମିଶନରେଟ୍‌ ଅଫିସ ସମ୍ମୁଖରେ ସତ୍ୟାଗ୍ରହ ପ୍ରଦର୍ଶନ କରାଯାଇଛି। ନବ ଦାସଙ୍କ ହତ୍ୟା ଘଟଣାକୁ ୧୨ଦିନ ବିତିଯାଇଥିଲେ ମଧ୍ୟ ଠିକ୍‌ ତଦନ୍ତ ହେଉନାହିଁ ବରଂ ହତ୍ୟା ପଛରେ ଥିବା ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ସରକାର ଘଣ୍ଟ ଘୋଡ଼ାଉଥିବା ଭାଜପା ଅଭିଯୋଗ କରିଛି। ତେଣୁ ଘଟଣାର ତଦନ୍ତ ଦାୟିତ୍ୱ ସିବିଆଇ ହାତରେ ନ୍ୟସ୍ତ କରାଯାଉ ନ ହେଲେ ଆଗକୁ ଆନ୍ଦୋଳନ ଆହୁରି ବ୍ୟାପକ ହେବ ବୋଲି ଭାଜପା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri