ମମିତାଙ୍କୁ ନ୍ୟାୟ ପାଇଁ ଆନ୍ଦୋଳନ ଜାରି ରହିବ

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: ମମିତା ମେହେର ହତ୍ୟା ମାମଲାରେ କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଛି। ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପ୍ରତି ଛକରେ ମମିତା ହତ୍ୟାକାଣ୍ଡର ପ୍ରକୃତ କାରଣ ବାହାର କରିବାକୁ ଦାବି କରିଛି। ଏଥିସହ ରାଜ୍ୟ ସରକାର ଆଇନ ସହ ଖେଳ ଖେଳୁଥିବା ଦର୍ଶାଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଦାବି କରାଯାଇଛି। ପ୍ରଥମଥର ପାଇଁ ରାସ୍ତାରୋକୋ ଓ ବଜାର ବନ୍ଦ ନ ହୋଇ ମଧ୍ୟ ଆନ୍ଦୋଳନ ସଫଳ ହୋଇଥିବା ଆନ୍ଦୋଳନକାରୀ ମତ ଦେଇଛନ୍ତି। ଏଥିସହ ମମିତାଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସେମାନେ କହିଛନ୍ତି। ଏ ସମ୍ପର୍କରେ ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡି ପଡିଛି। ନାରୀ ନିର୍ଯାତନା ବଢି ଚାଲିଛି। ଏଥିରେ ଶାସକ ଦଳର ନେତାଙ୍କ ସମ୍ପୃକ୍ତି ରହିଛି। ଏହାର ଜ୍ୱଳନ୍ତ ଉଦାହାରଣ ମମିତାଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ଚୁପ ରହିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ହୋଇଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ମିଶ୍ରଙ୍କ ସମ୍ପର୍କ ଏଥିରେ କାହାରିକୁ ଅଜଣା ନାହିଁ। ଏଥିପାଇଁ ତଦନ୍ତକୁ ଶୀଥିଳ କରାଯାଇଛି। ଆଇନ ମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ତୁରନ୍ତ ଇସ୍ତଫା ପ୍ରଦାନ ଦାବି ପରିପ୍ରେକ୍ଷୀରେ ଏହି ଆନ୍ଦୋଳନ କରାଯାଇଥିଲା। ଆଗକୁ ମଧ୍ୟ ଆନ୍ଦୋଳନ ତୀବ୍ର କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଆନ୍ଦୋଳନର ନେତୃତ୍ୱ ବରିଷ୍ଠ ନେତା ହଳଧର ସେଠୀ, ସୌମେନ୍ଦ୍ର ପୃଷ୍ଟି, ରତିକାନ୍ତ ସାମଲ, ପରଭେଜ ଅଖତର, ସମ୍ବିତ ଶ୍ରୀଚନ୍ଦନ ପ୍ରମୁଖ ନେଇଥିଲେ।
ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ହରତାଳ ପୂର୍ବତନ ବିଧାୟକ ତଥା ଜିଲା ସଭାପତି ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ନୂଆ ବାଇପାସ ଛକଠାରେ ହୋଇଥିଲା। ପରେ ବାଇକ୍‌ ଶୋଭାଯାତ୍ରା ପଟ୍ଟାମୁଣ୍ଡାଇ ବଜାର ପରିକ୍ରମା କରି ପୁରୁଣା ଡାକବଙ୍ଗଳା ଛକଠାରେ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ଏଥିରେ ବ୍ଲକ କଂଗ୍ରେସ କମିଟି ସଭାପତି ମଳୟ ଦାସ, ନଗର କଂଗ୍ରେସ କମିଟି ସଭାପତି ଅମୂଲ୍ୟ ପ୍ରଧାନ, ଦେବାଶୀଷ ମହାନ୍ତି, ଓଁକାର ମହାନ୍ତି, ନେତା ଓ କର୍ମୀ ପ୍ରମୁଖ ସାମିଲ ହୋଇଥିଲେ।
ଡେରାବିଶ ବ୍ଲକ ଯୁବ କଂଗ୍ରେସ ସଭାପତି ବିଭୁପ୍ରସାଦ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ହରତାଳ ହୋଇଯାଇଛି। ଏଥିରେ ବରିଷ୍ଠ କଂଗ୍ରେସ ନେତା ଆନନ୍ତଚରଣ ପାତ୍ର, ଜିଲା କଂଗ୍ରେସ ଉପସଭାପତି ପ୍ରଶାନ୍ତ କୁମାର ଦାସ, ସାଧାରଣ ସମ୍ପାଦକ କୁମାର ଚନ୍ଦ୍ର ବଳ, ସଂଖ୍ୟାଲଘୁ ସେଲ ଆବାହକ ସେକ ମହେବୁବ ପ୍ରମୁଖ ଯୋଗ ଦେଇଥିଲେ।
ରାଜନଗର ବ୍ଲକ କଂଗ୍ରେସ କମିଟି କାର୍ଯ୍ୟାଳୟ ସମ୍ମୁଖରେ ବସି ହରତାଳ କରିଥିଲେ। ଏଥିସହ ଗୃହ ରାଷ୍ଟ୍ର ମନ୍ତ୍ରୀ, ଆଇନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବ୍ଲକ କଂଗ୍ରେସ କମିଟି ସଭାପତି ଦେବେନ୍ଦ୍ର କୁମାର ଜେନା, ସନ୍ତୋଷ କୁମାର ମହାନ୍ତି, ଅଶୋକ ବଳ, ଦିଲୀପ ସିୟ ପ୍ରମୁଖ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।
ଆଳି ବ୍ଲକ କଂଗ୍ରେସ ପକ୍ଷରୁ ନିଆଳସ୍ଥିତ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ବାସଭବନ ନିକଟରେ ହରତାଳ କରାଯାଇଥିଲା। ଏଥିରେ ବ୍ଲକ କଂଗ୍ରେସ ସଭାପତି ରବି ନାରାୟଣ ବେହେରା, ପର୍ଶୁରାମ ରାଉତରାୟ, ସେକ ସୋଫାନ, ନଳିନି ମହାନ୍ତି, ଦର୍ପନାରାୟଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?