ମମିତାଙ୍କୁ ନ୍ୟାୟ ପାଇଁ ଆନ୍ଦୋଳନ ଜାରି ରହିବ

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: ମମିତା ମେହେର ହତ୍ୟା ମାମଲାରେ କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଛି। ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପ୍ରତି ଛକରେ ମମିତା ହତ୍ୟାକାଣ୍ଡର ପ୍ରକୃତ କାରଣ ବାହାର କରିବାକୁ ଦାବି କରିଛି। ଏଥିସହ ରାଜ୍ୟ ସରକାର ଆଇନ ସହ ଖେଳ ଖେଳୁଥିବା ଦର୍ଶାଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଦାବି କରାଯାଇଛି। ପ୍ରଥମଥର ପାଇଁ ରାସ୍ତାରୋକୋ ଓ ବଜାର ବନ୍ଦ ନ ହୋଇ ମଧ୍ୟ ଆନ୍ଦୋଳନ ସଫଳ ହୋଇଥିବା ଆନ୍ଦୋଳନକାରୀ ମତ ଦେଇଛନ୍ତି। ଏଥିସହ ମମିତାଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସେମାନେ କହିଛନ୍ତି। ଏ ସମ୍ପର୍କରେ ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡି ପଡିଛି। ନାରୀ ନିର୍ଯାତନା ବଢି ଚାଲିଛି। ଏଥିରେ ଶାସକ ଦଳର ନେତାଙ୍କ ସମ୍ପୃକ୍ତି ରହିଛି। ଏହାର ଜ୍ୱଳନ୍ତ ଉଦାହାରଣ ମମିତାଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ଚୁପ ରହିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ହୋଇଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ମିଶ୍ରଙ୍କ ସମ୍ପର୍କ ଏଥିରେ କାହାରିକୁ ଅଜଣା ନାହିଁ। ଏଥିପାଇଁ ତଦନ୍ତକୁ ଶୀଥିଳ କରାଯାଇଛି। ଆଇନ ମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ତୁରନ୍ତ ଇସ୍ତଫା ପ୍ରଦାନ ଦାବି ପରିପ୍ରେକ୍ଷୀରେ ଏହି ଆନ୍ଦୋଳନ କରାଯାଇଥିଲା। ଆଗକୁ ମଧ୍ୟ ଆନ୍ଦୋଳନ ତୀବ୍ର କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଆନ୍ଦୋଳନର ନେତୃତ୍ୱ ବରିଷ୍ଠ ନେତା ହଳଧର ସେଠୀ, ସୌମେନ୍ଦ୍ର ପୃଷ୍ଟି, ରତିକାନ୍ତ ସାମଲ, ପରଭେଜ ଅଖତର, ସମ୍ବିତ ଶ୍ରୀଚନ୍ଦନ ପ୍ରମୁଖ ନେଇଥିଲେ।
ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ହରତାଳ ପୂର୍ବତନ ବିଧାୟକ ତଥା ଜିଲା ସଭାପତି ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ନୂଆ ବାଇପାସ ଛକଠାରେ ହୋଇଥିଲା। ପରେ ବାଇକ୍‌ ଶୋଭାଯାତ୍ରା ପଟ୍ଟାମୁଣ୍ଡାଇ ବଜାର ପରିକ୍ରମା କରି ପୁରୁଣା ଡାକବଙ୍ଗଳା ଛକଠାରେ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ଏଥିରେ ବ୍ଲକ କଂଗ୍ରେସ କମିଟି ସଭାପତି ମଳୟ ଦାସ, ନଗର କଂଗ୍ରେସ କମିଟି ସଭାପତି ଅମୂଲ୍ୟ ପ୍ରଧାନ, ଦେବାଶୀଷ ମହାନ୍ତି, ଓଁକାର ମହାନ୍ତି, ନେତା ଓ କର୍ମୀ ପ୍ରମୁଖ ସାମିଲ ହୋଇଥିଲେ।
ଡେରାବିଶ ବ୍ଲକ ଯୁବ କଂଗ୍ରେସ ସଭାପତି ବିଭୁପ୍ରସାଦ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ହରତାଳ ହୋଇଯାଇଛି। ଏଥିରେ ବରିଷ୍ଠ କଂଗ୍ରେସ ନେତା ଆନନ୍ତଚରଣ ପାତ୍ର, ଜିଲା କଂଗ୍ରେସ ଉପସଭାପତି ପ୍ରଶାନ୍ତ କୁମାର ଦାସ, ସାଧାରଣ ସମ୍ପାଦକ କୁମାର ଚନ୍ଦ୍ର ବଳ, ସଂଖ୍ୟାଲଘୁ ସେଲ ଆବାହକ ସେକ ମହେବୁବ ପ୍ରମୁଖ ଯୋଗ ଦେଇଥିଲେ।
ରାଜନଗର ବ୍ଲକ କଂଗ୍ରେସ କମିଟି କାର୍ଯ୍ୟାଳୟ ସମ୍ମୁଖରେ ବସି ହରତାଳ କରିଥିଲେ। ଏଥିସହ ଗୃହ ରାଷ୍ଟ୍ର ମନ୍ତ୍ରୀ, ଆଇନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବ୍ଲକ କଂଗ୍ରେସ କମିଟି ସଭାପତି ଦେବେନ୍ଦ୍ର କୁମାର ଜେନା, ସନ୍ତୋଷ କୁମାର ମହାନ୍ତି, ଅଶୋକ ବଳ, ଦିଲୀପ ସିୟ ପ୍ରମୁଖ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।
ଆଳି ବ୍ଲକ କଂଗ୍ରେସ ପକ୍ଷରୁ ନିଆଳସ୍ଥିତ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ବାସଭବନ ନିକଟରେ ହରତାଳ କରାଯାଇଥିଲା। ଏଥିରେ ବ୍ଲକ କଂଗ୍ରେସ ସଭାପତି ରବି ନାରାୟଣ ବେହେରା, ପର୍ଶୁରାମ ରାଉତରାୟ, ସେକ ସୋଫାନ, ନଳିନି ମହାନ୍ତି, ଦର୍ପନାରାୟଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri