ଆନ୍ଦୋଳନ ଚେତାବନୀ ଦେଲା ଭାଜପା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନକୁ ନେଇ ଭାଜପା ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛି। ମଙ୍ଗଳବାର ଅଭିଯୋଗ ଦାଖଲର ଶେଷଦିନ ଧାର୍ଯ୍ୟ କରାଯାଇଛି ା ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ତାଲିକାରେ ରାଜ୍ୟ ସରକାର ସାମିଲ କରନ୍ତୁ। ଏ ନେଇ
ଆସନ୍ତା ୨୫ ତାରିଖରେ ଭାଜପା ପକ୍ଷରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦିଆଯିବ ା ୭ ଦିନ ଭିତରେ ସମସ୍ୟାର ସମାଧାନ ନ ହେଲେ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଆନ୍ଦୋଳନ କରାଯିବ ା ଏହାସତ୍ତ୍ୱେ ରାଜ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ ନ କଲେ ଭାଜପା କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ସହ କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ସୋମବାର ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ହରିଚନ୍ଦନ କହିଛନ୍ତି, ରାଜ୍ୟରେ ଜଣେ ହେଲେ ବାସହୀନ ରହିବେ ନାହିଁ। ସମସ୍ତଙ୍କୁ ପକ୍କାଘର ଯୋଗାଇଦେବାକୁ କେନ୍ଦ୍ର ସରକାର ଦାୟିତ୍ୱ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ବହୁ ଆକାଂକ୍ଷିତ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’ ରାଜ୍ୟରେ ଠିକ୍‌ଭାବେ କାର୍ଯ୍ୟକାରୀ ହେବା ପାଇଁ ଭାଜପା ସତର୍କ ଦୃଷ୍ଟି ରଖିଛି। ରାଜ୍ୟରେ ୨୭ ଲକ୍ଷ ପକ୍କାଘରର ଆବଶ୍ୟକ ଥିବା ରାଜ୍ୟ ସରକାର ବିଧାନସଭାରେ କହିଥିବାବେଳେ କେନ୍ଦ୍ର ସରକାର ବର୍ତ୍ତମାନ ସୁଦ୍ଧା ପାଖାପାଖି ୨୮ ଲକ୍ଷ ଘର ଅନୁମୋଦନ କରିଛନ୍ତି ା ସଦ୍ୟ ଆବଣ୍ଟିତ ୯.୫୮ ଲକ୍ଷ ପକ୍କାଘର ପାଇଁ ଯୋଗ୍ୟ ତାଲିକା ପ୍ରସ୍ତୁତ କରି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ଆବଶ୍ୟକ। ଦଳୀୟ ଆଧାରରେ ଏବଂ ଶାସକ ବିଜେଡିର ନେତା ଓ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି ା ଏହି ସଂଖ୍ୟା ୩ ଲକ୍ଷରୁ ଊର୍ଦ୍ଧ୍ୱ ହେବାର ପ୍ରକାଶ ପାଇଛି ା ରାଜ୍ୟ ସରକାର ଷଡ଼ଯନ୍ତ୍ର କରି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍‌ ରଖିଛନ୍ତି ା ଜଣେ ହେଲେ ଯୋଗ୍ୟ ହିତାଧିକାରୀ ଯେପରି ପକ୍କାଘର ପାଇବାରୁ ବଞ୍ଚତ୍ତ ନ ହୁଅନ୍ତି, ସେଥିପ୍ରତି ଦଳ ସଜାଗ ରହିଛି ବୋଲି ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri