ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଦରମା ପ୍ରଦାନର ପଦ୍ଧତି (ମୋଡାଲିଟି) ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ଓ ମନମୁଖୀ ଏବଂ ଠିକ୍‌ ପଦ୍ଧତି ନିର୍ଦ୍ଧାରଣ କରିବାକୁ ବୈଠକରେ ଦୃଢ଼ ଦାବି କରାଯାଇଛି। ନଚେତ୍‌ ରାଜ୍ୟର ୫୦ହଜାର ଶିକ୍ଷକ କର୍ମଚାରୀ ପୁଣି ରାଜରାସ୍ତାକୁ ଓହ୍ଲାଇବେ ବୋଲି ସମ୍ପାଦକ ମନୋରଞ୍ଜନ ଦାସ ଓ ସଭାପତି ବାଦଲ ଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି।
ରାଜ୍ୟ ସରକାର ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର କର୍ମଚାରୀଙ୍କୁ ସପ୍ତମ ବେତନ ପ୍ରଦାନ କରାଯିବ ବୋଲି ଗତ ଜାନୁଆରୀ ୧୧ରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। କିନ୍ତୁ ବେତନ ପ୍ରଦାନର ପଦ୍ଧତି ପ୍ରକାଶ କରି ନ ଥିଲେ। ଯେଉଁଥିପାଇଁ ରାଜ୍ୟର ବିଭିନ୍ନ ଜିଲା ଶିକ୍ଷାଧିକାରୀମାନେ ମନୋମୁଖୀ କାର୍ଯ୍ୟ କରି କିଏ ଦେଲେ କିଏ ଦେଲେ ନାହଁି। ବିଜ୍ଞପ୍ତିରେ କେବଳ ୩୧।୧୨।୨୦୧୨ ସୁଦ୍ଧା ୧୦୦% ଦରମା ପାଉଥିବା ବିଦ୍ୟାଳୟକୁ ଏହା ଦିଆଯିବାର ନିର୍ଦ୍ଦେଶ ରହିବା ସହ ୭୦% କିମ୍ବା ୧।୧।୨୦୨୨ରିଖରେ ୧୦୦% ପାଇବାକୁ ଯୋଗ୍ୟ କର୍ମଚାରୀଙ୍କ ବାବଦରେ ସରକାର ନୀରବ ରହିଥିଲେ। ଏ ନେଇ ସାରା ରାଜ୍ୟରେ ଶିକ୍ଷକ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାପୂର୍ବରୁ ଦିଆଯାଇଥିବା ସରକାରୀ ତଥା ପୂର୍ଣ୍ଣ ଅନୁଦାନ ପ୍ରାପ୍ତ କର୍ମଚାରୀଙ୍କ ଓଆର୍‌ଏସ୍‌ପି ରୁଲ୍‌-୨୦୧୭ ସପ୍ତମ ବେତନଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଏ ବାବଦରେ ଓଷ୍ଟା ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ନିଷ୍ପତ୍ତି କ୍ରମେ ରବିବାର ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରିଣୀର ଆଭାସୀ ବୈଠକରେ ଦୃଢ଼ ପ୍ରତିବାଦ କରାଯାଇଛି। ବୈଠକରେ ଜିଲା ଓଷ୍ଟାର ଯୁଗ୍ମ ସମ୍ପାଦକ ନିରଞ୍ଜନ ଦାଶ, ରାଜେନ୍ଦୁ ବିକାଶ ପାତ୍ର, ନବକିଶୋର ବାରିକଙ୍କ ସମେତ ୧୫ଟି ମଣ୍ଡଳର ସମ୍ପାଦକମାନେ ବକ୍ତବ୍ୟ ରଖିଥିଲେ। ଆସନ୍ତା ୧୭ ତାରିଖ ସୁଦ୍ଧା ସରକାର ଏହାର ସମାଧାନ ସହ ଉଚିତ୍‌ ପଦ୍ଧତି ନିର୍ଦ୍ଧାରଣ ନ କଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି କମିଟି ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri