ବୁଲାବୁଲି ସାରି ଘରକୁ ଫେରୁଥିଲେ, ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଗଲା ଚଳନ୍ତା କାର୍‌

ବାଲିଗୁଡା,୧୭।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତିରେ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ଚଳନ୍ତା କାର୍‌ ହଠାତ୍‌ ନିଆଁ ଲାଗି ହୁତୁ ହୁତୁ ଯାଇଥିଲା। ଏହି ନିଶ୍ଚିତ ଦୁର୍ଘଟଣାରୁ ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତିଯାଇଥିବା ଜଣାପଡିଛି ।

ସୂଚନାନୁଯାୟୀ, ଶୁକ୍ରବାର ରାତି ୮.୩୦ ସମୟରେ ମହାସିଙ୍ଗ ଗ୍ରାମର ଏକ ପରିବାର କୋଟଗଡ ବ୍ଲକର ସୁବର୍ଣ୍ଣଗିରି ନିକଟସ୍ଥ ଲୁଦୁ ଜଳପ୍ରପାତ ବୁଲିବା ପାଇଁ ଯାଇଥିଲେ । ବୁଲାବୁଲି ସାରି ଘରକୁ ଫେରୁଥିବା ବେଳେ ହଠାତ ଗାଡିର ଇଞ୍ଜିନ ରେ କିଛି ଧୂଆଁ ବାହାରିବା ସହ ନିଆଁ ଦେଖିବାକୁ ମିଳିଥିଲା। ଏହା ପରେ ଡ୍ରାଇଭର ନିଜ ଉପସ୍ଥିତି ବୁଦ୍ଧି ଯୋଗୁ ଗାଡିକୁ ରଖିବା ସହ ସମସ୍ତ ଯାତ୍ରୀଙ୍କୁ ସଙ୍ଗେ ସଙ୍ଗେ ଗାଡିରୁ ଓଲ୍ଲାଇଥିଲେ। ଏଥିସହ ସେ ଦମକଳ କେନ୍ଦ୍ରକୁ ଫୋନ୍‌ କରିଥିଲେ l ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଗାଡିଟି ହୁ ହୁ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ଘଟଣା ସ୍ଥଳରେ ପୋଲିସର ପେଟ୍ରୋଲିଂ ଗାଡି ପହଞ୍ଚି ଏସ୍‌ଆଇ ସଞ୍ଜୟ ସାଇଁ ଯାତ୍ରୀ ମାନଙ୍କୁ ସୁରକ୍ଷିତ ରଖିବା ସହ ଘଟଣାର କାରଣ ପଚାରିଥିଲେ l ଆଉ ଦୁଇ କିଲୋମିଟର ପରେ ସେହି ପରିବାର ତାଙ୍କ ଘରେ ପହଞ୍ଚି ଥାନ୍ତେl କିନ୍ତୁ ବିଧିର ବିଧାନ ବିଚିତ୍ର ଥିଲା। ଚଳନ୍ତା କାରରେ ନିଆଁ ଲାଗି ଯିବା ସତ୍ତ୍ୱେ ସମସ୍ତେ ଅଳ୍ପକେ ସମସ୍ତେ ମୃତୁ ମୁଖରୁ ବଞ୍ଚିଯାଇଥିଲେ । ଏ ସମ୍ପର୍କରେ ଥାନା ଅଧିକାରୀ ସମ୍ବିତ କୁମାର ସାଇଁ ତଦନ୍ତ କରିବା ପରେ ନିଆଁ ଲାଗିବାର କାରଣ ଜଣାପଡିବ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri