ବୁଲାବୁଲି ସାରି ଘରକୁ ଫେରୁଥିଲେ, ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଗଲା ଚଳନ୍ତା କାର୍‌

ବାଲିଗୁଡା,୧୭।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତିରେ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ଚଳନ୍ତା କାର୍‌ ହଠାତ୍‌ ନିଆଁ ଲାଗି ହୁତୁ ହୁତୁ ଯାଇଥିଲା। ଏହି ନିଶ୍ଚିତ ଦୁର୍ଘଟଣାରୁ ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତିଯାଇଥିବା ଜଣାପଡିଛି ।

ସୂଚନାନୁଯାୟୀ, ଶୁକ୍ରବାର ରାତି ୮.୩୦ ସମୟରେ ମହାସିଙ୍ଗ ଗ୍ରାମର ଏକ ପରିବାର କୋଟଗଡ ବ୍ଲକର ସୁବର୍ଣ୍ଣଗିରି ନିକଟସ୍ଥ ଲୁଦୁ ଜଳପ୍ରପାତ ବୁଲିବା ପାଇଁ ଯାଇଥିଲେ । ବୁଲାବୁଲି ସାରି ଘରକୁ ଫେରୁଥିବା ବେଳେ ହଠାତ ଗାଡିର ଇଞ୍ଜିନ ରେ କିଛି ଧୂଆଁ ବାହାରିବା ସହ ନିଆଁ ଦେଖିବାକୁ ମିଳିଥିଲା। ଏହା ପରେ ଡ୍ରାଇଭର ନିଜ ଉପସ୍ଥିତି ବୁଦ୍ଧି ଯୋଗୁ ଗାଡିକୁ ରଖିବା ସହ ସମସ୍ତ ଯାତ୍ରୀଙ୍କୁ ସଙ୍ଗେ ସଙ୍ଗେ ଗାଡିରୁ ଓଲ୍ଲାଇଥିଲେ। ଏଥିସହ ସେ ଦମକଳ କେନ୍ଦ୍ରକୁ ଫୋନ୍‌ କରିଥିଲେ l ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଗାଡିଟି ହୁ ହୁ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ଘଟଣା ସ୍ଥଳରେ ପୋଲିସର ପେଟ୍ରୋଲିଂ ଗାଡି ପହଞ୍ଚି ଏସ୍‌ଆଇ ସଞ୍ଜୟ ସାଇଁ ଯାତ୍ରୀ ମାନଙ୍କୁ ସୁରକ୍ଷିତ ରଖିବା ସହ ଘଟଣାର କାରଣ ପଚାରିଥିଲେ l ଆଉ ଦୁଇ କିଲୋମିଟର ପରେ ସେହି ପରିବାର ତାଙ୍କ ଘରେ ପହଞ୍ଚି ଥାନ୍ତେl କିନ୍ତୁ ବିଧିର ବିଧାନ ବିଚିତ୍ର ଥିଲା। ଚଳନ୍ତା କାରରେ ନିଆଁ ଲାଗି ଯିବା ସତ୍ତ୍ୱେ ସମସ୍ତେ ଅଳ୍ପକେ ସମସ୍ତେ ମୃତୁ ମୁଖରୁ ବଞ୍ଚିଯାଇଥିଲେ । ଏ ସମ୍ପର୍କରେ ଥାନା ଅଧିକାରୀ ସମ୍ବିତ କୁମାର ସାଇଁ ତଦନ୍ତ କରିବା ପରେ ନିଆଁ ଲାଗିବାର କାରଣ ଜଣାପଡିବ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri