ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ: ୨ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ରାଉରକେଲା,୨୦।୬(ସଙ୍ଗୀତା ଜେନା): ରାଉରକେଲାର ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ଭୋର ସମୟରେ ଝିରପାଣି ଥାନା ଅଞ୍ଚଳରେ ପୋଲିସ ଓ ଅଭିଯୁକ୍ତଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବାବେଳେ ଦୁଇ ଅଭିଯୁକ୍ତ ଗୁଳିବିଦ୍ଧ ହୋଇ ଗିରଫ ହୋଇଛନ୍ତି। ଆହତ ଅଭିଯୁକ୍ତମାନେ ହେଲେ ଛୁନୁ ହରିପା ଓ ସୁଶାନ୍ତ ନାୟକ। ସେମାନଙ୍କ ଗୋଡ଼ରେ ପୋଲିସର ଗୁଳି ବାଜିଥିବା ସୂଚନା ମିଳିଛି। ସେମାନେ ଗତ ରାତିରେ ଝୀରପାଣି ଥାନା  ନଦୀ ଟୋଲା ଅଞ୍ଚଳରେ ଲୁଚିଥିଲେ। ପୋଲିସ ଠାବ କରି ସେମାନଙ୍କୁ ଧରିବା ଉଦ୍ୟମବେଳେ ସେମାନେ ୨ ରାଉଣ୍ଡ ପୋଲିସ ଉପରେ ଗୁଳି ଚାଳନା କରିଥିଲେ। ଜବାବରେ ପୋଲିସ ୪ରାଉଣ୍ଡ ଗୁଳି ଚଳାଇ ଗିରଫ କରିଥିଲା। ଶନିବାର ସକାଳେ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରୁଛି।
ପୋଲିସ ସୂଚନା ଅନୁସାରେ, ଝିରପାଣି ଅଞ୍ଚଳରେ ଅଭିଯୁକ୍ତମାନେ ଲୁଚିଥିବା ଖବର ପାଇ ଚଢାଉ କରାଯାଇଥିଲା। ଏହି ସମୟରେ ଅଭିଯୁକ୍ତମାନେ ପୋଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ପରେ ପୁଲିସର ପାଲଟା କାର୍ଯ୍ୟାନୁଷ୍ଠାନରେ ଉଭୟ ଅଭିଯୁକ୍ତ ଆହତ ହୋଇଥିଲେ ଓ ସେମାନଙ୍କୁ ଗିରଫ କରାଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଗତ ମଙ୍ଗଳବାର ସେକ୍ଟର-୭ ଥାନା ଅନ୍ତର୍ଗତ ନାରାୟଣପାଲି ନିକଟରେ ତୋଫାନ ବିନ୍ଧାଣୀ ନାମକ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ୧୫ରୁ ୨୦ ଜଣ ଯୁବକ ସମ୍ପୃକ୍ତ ଥିବା ଅଭିଯୋଗ ରହିଛି।
ଘଟଣା ପରେ ଅଭିଯୁକ୍ତଙ୍କ ଗିରଫ ଦାବିରେ ସ୍ଥାନୀୟ ବସ୍ତିବାସୀମାନେ ସେକ୍ଟର-୭ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ମାମଲାର ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ରାଉରକେଲା ଏସ୍‌ପି ନୀତେଶ ୱାଧୱାନିଙ୍କ ନିର୍ଦ୍ଦେଶରେ ଡିଏସ୍‌ପି ମନୋରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ଚାରିଟି ସ୍ବତନ୍ତ୍ର ଟିମ ଗଠନ କରାଯାଇଥିଲା।
ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ପିସ୍ତଲ ଜବତ ହୋଇଥିବାବେଳେ ଅନ୍ୟ ଫେରାର ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସର ଚଢାଉ ଜାରି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri