ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି କରିଛି। ଗତ ଜୁଲାଇ ୩୦ ତାରିଖ ଅପରାହ୍ନରେ ଏକ ବଡ଼ ପଥର ଖସିବାରୁ ଗୋଟିଏ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ହେଲପର ସାମାନ୍ୟ ଆହତ ହୋଇଥିଲେ। ମଝି ରାସ୍ତାରେ ପଥରଟି ପଡ଼ିି ରହିବାରୁ ଗୋଟିଏ ଲେନରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ପାହାଡ଼ ଧସିବା ଫଳରେ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ପାହାଡ଼ରେ ବାଲିଆ ମାଟି ରହିଥିବାରୁ ବର୍ଷା ହେଲେ ଅତଡ଼ା ଓ ବଡ଼ ବଡ଼ ପଥର ଖସି ପଡ଼ୁଛି। ବର୍ଷା ସମୟରେ ଉକ୍ତ ରାସ୍ତା ଦେଇ ଯାତାୟାତ କରିବାକୁ ଲୋକେ ଭୟ କରୁଛନ୍ତି। ୪୯ନଂ. ଜାତୀୟ ରାଜପଥରେ ଥିବା ଜୁଡିଆ ଘାଟି କଟା ଏବଂ ରାସ୍ତା ନିର୍ମାଣ କାମ ସରିଗଲାଣି। ରାସ୍ତା ସମ୍ପ୍ରସାରଣ କାମ ଠିକା ନେଇଥିବା କମ୍ପାନୀ ଘାଟି କାମ ଶେଷ କରିଲେଣି। ଗାର୍ଡୱାଲ ନିର୍ମାଣ ଏବଂ ପଥର ଜାଲି ଦିଆଯିବା ସତ୍ତ୍ୱେ ଅନେକ ସ୍ଥାନରେ ମାଟି ଅତଡ଼ା ଏବଂ ପଥର ଖସୁଛି। ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ହେବ ଲଗାଣ ବର୍ଷା ସମୟରେ ଭୁସ୍ଖଳନ ହେଉଛି। ଜୁଡ଼ିଆ ପାହାଡ଼ ତୀଖ ଥିବାରୁ ରାସ୍ତା ସମ୍ପ୍ରସାରଣ ପରେ ବାରମ୍ବାର ଏପରି ଘଟୁଥିବା ଜଣାପଡ଼ିଛି। ଏହାର ସ୍ଥାୟୀ ପ୍ରତିକାର ପାଇଁ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri